ପରୀକ୍ଷଣ ପାଇଁ ଯାଇଛି ୧୩୩ ନମୂନା, ୨ ପଜିଟିଭ୍‌: ଆଇସୋଲେଶନରେ ୩୬ଜଣ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବୁଧବାର ଅପରାହ୍ନ ୩ଟା ସୁଦ୍ଧା ବିଶ୍ୱରେ ୪ଲକ୍ଷ ୨୨ହଜାର ୮୨୯ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ଏହି ସଂଖ୍ୟା ୩ ଲକ୍ଷ ୮୨ ହଜାର ୮ ଥିଲା। ସେହିଭଳି ମଙ୍ଗଳବାର ୧୬,୫୫୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବୁଧବାର ୧୮,୯୦୭ଜଣଙ୍କ ମୃତ୍ୟୁ ଘଟିଛି। ସମଗ୍ର ବିଶ୍ୱରେ ୨ ଲକ୍ଷ ୯୪ହଜାର ୮୨୦ ଆକ୍ଟିଭ କେସ୍‌(ଚିକିତ୍ସାଧିନ) ରହିଛି। ସେମାନଙ୍କ ମଧ୍ୟରୁ ୧ଲକ୍ଷ ୯ହଜାର ୧୦୨ଜଣ ସୁସ୍ଥ ହୋଇ ଫେରିଛନ୍ତି। ତେବେ ସୁସ୍ଥ ହୋଇ ଫେରିବା ତୁଳନାରେ ଆକ୍ରାନ୍ତରେ ୩ ଗୁଣ। ଭାରତରେ ମଙ୍ଗଳବାର ୫୧୧ ଆକ୍ରାନ୍ତ ଥିବା ବେଳେ ବୁଧବାର ଏହା ୫୬୨ ହୋଇଛି। ସେଥିରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ୨ ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ରହିଛି ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ଏହାଛଡ଼ା ବାଗ୍‌ଚୀ କହିଛନ୍ତି, ସରକାର ଦେଇଥିବା ନଂ ଯୋଗେ ୪୦୧୫ଜଣ ରେଜିଷ୍ଟ୍ରେଶନ କରିଛନ୍ତି। ଇତିମଧ୍ୟରେ ମୋଟ ୧୩୩ଜଣଙ୍କ ନମୂନା ପରୀକ୍ଷଣ ପାଇଁ ପଠାଯାଇଛି। ୧୨୯ଙ୍କ ମିଳିଥିବା ବେଳେ ୪ଜଣଙ୍କ ରିପୋର୍ଟକୁ ଅପେକ୍ଷା ରହିଛି। ୩୬ଜଣ ଆଇସୋଲେଶନରେ ଅଛନ୍ତି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୫୭ଜଣ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ସେହିଭଳି ବାକି ୩ଜଣଙ୍କୁ ଯୋଗାଯୋଗ କରାଯାଇ ପାରି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri