‘ପରୀକ୍ଷା ପାଇଁ ଚାପଗ୍ରସ୍ତ ହେବା ଉଚିତ ନୁହେଁ’

ଢେଙ୍କାନାଳ ଅଫିସ,୨୨ା୧ – କୌଣସି ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନେ ଚାପଗ୍ରସ୍ତ ହେବା ଉଚିତ ନୁହେଁ। ଢେଙ୍କାନାଳ ଜିଲାକୁ ପରୀକ୍ଷାପର୍ବ ନାମରେ ଏକ ସଚେତନତା କାର୍ଯ୍ୟକ୍ରମ ପାଇଁ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ସଭ୍ୟ ହରିହର ନାୟକ ଓ ସଭ୍ୟା ଦିବ୍ୟା ସାସ୍ବତୀ ମଙ୍ଗଳବାର ସ୍ଥାନୀୟ ସର୍କିଟ ହାଉସଠାରେ ଏକ ଖବରଦାତା ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ ମଧ୍ୟ ଉପସ୍ଥିତ ଥିଲେ।
ଏଥିରେ ଆୟୋଗ ଅଧ୍ୟକ୍ଷା କହିଥିଲେ ଯେ, ସାଧାରଣତଃ ପରୀକ୍ଷାକୁ ନେଇ ଶିକ୍ଷକ, ମାତାପିତା ଏବଂ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଭୟ, ଅବସାଦ ସୃଷ୍ଟି ହୋଇଥାଏ। ତେଣୁ ଚାପଗ୍ରସ୍ତ ନ ହୋଇ ଏହି ପରୀକ୍ଷାକୁ ଛାତ୍ରୀଛାତ୍ରମାନେ ସହଜ ଭାବେ ନିଅନ୍ତୁ। ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ପ୍ରସ୍ତାବ ଅନୁସାରେ ରାଜ୍ୟ ଆୟୋଗ କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଆଦି ୧୦ଟି ଆକାଂକ୍ଷିତ ଜିଲାରେ ରାଜ୍ୟସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କ୍ରମରେ ଦେଇଥିବା ଉପଦେଶଗୁଡିକ ସମସ୍ତ ପରୀକ୍ଷାର୍ଥୀ, ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ପାଖରେ ପହଞ୍ଚାଇବା ଲକ୍ଷ୍ୟରେ ଏହି ଜିଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଥିରେ ଜିଲା ଶିକ୍ଷା ଅଧିକାରୀ, ଜିଲା ସଂଯୋଜକ, ଜିଲା ମଙ୍ଗଳ ଅଧିକାରୀ, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନର ମୁଖ୍ୟ, ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ, ପ୍ରମୁଖ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ଶିକ୍ଷକମାନେ ଯୋଗଦାନ କରିବେ। ମନସ୍ତତ୍ତ୍ୱବିତ ଓ ମନୋବିଜ୍ଞାନୀମାନେ ଯୋଗଦେଇ ତାଙ୍କର ବିଚାର ଓ ଉପଦେଶ ପ୍ରଦାନ କରିବେ। ପରୀକ୍ଷାପର୍ବ ସଚେତନତା କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ଏକ ଆହ୍ବାନ ବୋଲି ଆୟୋଗ ଅଧ୍ୟକ୍ଷା ସୂଚନା ଦେଇଥିଲେ। ସେ ଆହୁରି କହିଥିଲେ, ଶିଶୁଙ୍କ ଶୈଶବ କିପରି ସୁରକ୍ଷିତ ହେବ ସେଥିପାଇଁ ଓଡ଼ିଶା ସରକାର ପ୍ରୟାସ ଜାରି ରଖିଛନ୍ତି। ଶିଶୁଶ୍ରମ, ଶିଶୁ, କିଶୋର ଶ୍ରମ ନିଷେଧ ଓ ନିୟନ୍ତ୍ରଣ ଆଇନ ୧୯୮୬ର କାର୍ଯ୍ୟକାରିତା ଉପରେ ସମସ୍ତେ ସଚେତନ ହେବା ଜରୁରୀ। ୨୦୨୫ ସୁଦ୍ଧା ରାଜ୍ୟକୁ ଶିଶୁ ସୁରକ୍ଷାମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି। ଏହାପରେ ଜିଲା ଶିକ୍ଷା ପ୍ରଶିକ୍ଷଣ କେନ୍ଦ୍ରଠାରେ ଆୟୋଗ ଅଧ୍ୟକ୍ଷା, ସଭ୍ୟ ଓ ସଭ୍ୟାଙ୍କ ଉପସ୍ଥିତିରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗ, ସରକାରୀ ଅଧିକାରୀ, ସ୍ବେଚ୍ଛାସେବୀ ସଂସ୍ଥା, କର୍ମକର୍ତ୍ତା ଓ ଅନ୍ୟାନ୍ୟ ଅଂଶୀଦାର ମାନଙ୍କୁ ସଚେତନ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri