ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ

ବାରିପଦା ଅଫିସ, ୧୯ା୨- ଉତ୍ତର ଓଡ଼ିଶା ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମନୋମୁଖୀ ପରୀକ୍ଷା ଫି’ ବୁଦ୍ଧିକୁ ମଙ୍ଗଳବାର ଛାତ୍ରୀଛାତ୍ରମାନେ ବିରୋଧ କରିଛନ୍ତି। ଦୁଇ ଦିନ ଭିତରେ ଏହାର ସମାଧାନ କରା ନ ଗଲେ ଗୁରୁବାର ବିଶ୍ୱ ବିଦ୍ୟାଳୟ ଆଗରେ ଧାରଣା ଦେବେ ବୋଲି ଛାତ୍ରୀଛାତ୍ରମାନେ ଚେତାବନୀ ଦେଇଛନ୍ତି। ଛାତ୍ର ନେତା ସୁନିଲ କୁମାର ନାୟକ ଓ ଶଙ୍କର୍ଷଣ ପଣ୍ଡାଙ୍କ ନେତୃତ୍ୱରେ ଜିଲାର ବିଭିନ୍ନ ମହାବିଦ୍ୟାଳୟରୁ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟକୁ ଆସି ପରୀକ୍ଷା ନିୟନ୍ତ୍ରକ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଛାତ୍ରୀଛାତ୍ରମାନେ ଦର୍ଶାଇଛନ୍ତି ଯେ, ଗତବର୍ଷ ସମ୍ମାନ ପରୀକ୍ଷା ଫି’ ୯୧୦ ଓ ପାସ୍‌ ପରୀକ୍ଷା ଫି’ ୮୧୦ ଟଙ୍କା ଥିଲା। ମାତ୍ର ଚଳିତ ବର୍ଷ ସମ୍ମାନ ଫି’ ୧୫୧୦ ଓ ଓ ପାସ୍‌ ପରୀକ୍ଷା ଫି’ ୧୨୫୦ଟଙ୍କାକୁ ବୁଦ୍ଧି କରାଯାଇଛି। ଏହି ଜିଲା ଆଦିବାସୀ ବହୁଳ ହୋଇଥିବାରୁ ଛାତ୍ରୀଛାତ୍ରମାନେ ଏତେ ଟଙ୍କା ଦେବାରେ ଅସମର୍ଥ ହେବେ। ଫଳରେ ବର୍ଦ୍ଧିତ ଫି ହଟାଇବାକୁ ସେମାନେ ଦାବି କରିଛନ୍ତି। ପବିତ୍ର ଗିରି, ଆଶୁତୋଷ ସେଠୀ, ସୁମନ୍ତ ଜେନା, ରାଜେଶ କୁମାର ସେଠୀ, ସୌରବ ଗିରି, ସ୍ବସ୍ତିକ ଗିରି, ରଶ୍ମୀରେଖା ମଣ୍ଡଳ, ଦେବଶ୍ରୀ ମହାନ୍ତଙ୍କ ସମେତ ଏକାଧିକ ଛାତ୍ରୀଛାତ୍ର ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri