ପରୀକ୍ଷା ସମୟରେ ବିଦ୍ୟୁତ କାଟ ବନ୍ଦ ହେଉ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଚଳିତ ମାସ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଓ ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ପରେ ଯୁକ୍ତ ୩ ଏବଂ ସିବିଏସ୍‌ଇ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ଗ୍ରାହକଙ୍କ ବିଲ୍‌ ବାକିକୁ ନେଇ ଗ୍ରୀଡକୋ, ସେସୁ, ଓ୍ବେସ୍କୋ, ନେସ୍କୋ, ସାଉଥକୋ ପକ୍ଷରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିଦିଆଯାଉଛି। ଫଳରେ ପିଲାମାନଙ୍କୁ ପାଠପଢା ଲାଗି ହଇରାଣ ହେବାକୁ ପଡୁଛି। ଏ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ବିଜୁଳି ସଂଯୋଗ ବିଛିନ୍ନ ବନ୍ଦ କରିବାକୁ ସମାଜବାଦୀ ପାର୍ଟି ଦାବି କରିଛି। ପାର୍ଟିର ରାଜ୍ୟ ସଭାପତି ରବି ବେହେରା ଏ ସଂକ୍ରାନ୍ତରେ ଗ୍ରୀଡ୍‌କୋ ସିଏମ୍‌ଡିଙ୍କୁ ଚିିଠି ଲେଖି ଅନୁରୋଧ ଜଣାଇଥିବା ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ, ଶକ୍ତି ମନ୍ତ୍ରୀ ଓ ଶକ୍ତି ସଚିବ ଏହି ପସଙ୍ଗରେ ହସ୍ତକ୍ଷେପ କରିବାକୁ ବେହେରା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri