ପରେଡ୍‌ରେ ଅଣଛାତ୍ର ଟ୍ରଫି ହାତେଇବା ଘଟଣା: ତଦନ୍ତ ଆଦେଶ ଦେଲେ ଜିଲାପାଳ

ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱରରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମ୍‌ରେ ପାଳିତ ହୋଇଥିବାବେଳେ ପରେଡ଼ରେ କେତେକ ଅଣଛାତ୍ର ଟ୍ରଫି ନେବା ଘଟଣା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଦୃଷ୍ଟିକୁ ଆସିବା ପରେ ଏହି ଘଟଣା ଉପରେ ଏକ ବିଭାଗୀୟ ତଦନ୍ତ କରି ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣତନ୍ତ୍ର ଦିବସ ଏକ ଜାତୀୟ କାର୍ଯ୍ୟକ୍ରମ ଏବଂ ଏହାକୁ ଅତି ପବିତ୍ରତା ଓ ସତର୍କତାର ସହ ପାଳନ କରାଯାଇଥାଏ। ତେଣୁ ଏ ଧରଣର କାର୍ଯ୍ୟ ଏକ ଶିକ୍ଷାନୁଷ୍ଠାନ ପକ୍ଷେ ଅଶୋଭନୀୟ ଏବଂ ଏହା ସମାରୋହର ଗାରିମାକୁ କ୍ଷୂର୍ଣ୍ଣ କରିଥିବା ଦୃଷ୍ଟିରୁ ତୁରନ୍ତ ତଦନ୍ତ କରି ୭ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାଷ ନିଆଲ ବୁଧବାର ଏକ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri