ପର୍ଯ୍ୟଟନସ୍ଥଳୀର ସ୍ଥିତି ଉପରେ ସମୀକ୍ଷା: ଶୌଚାଳୟ, ପାନୀୟଜଳ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୭।୧୦-ବାଲେଶ୍ୱର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଶନିବାର ରାଜ୍ୟ ସରକାରଙ୍କ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାର ଥିବା ସମସ୍ତ ପର୍ଯ୍ୟଟନସ୍ଥଳୀଗୁଡ଼ିକର ସ୍ଥିତି ଉପରେ ସମୀକ୍ଷା କରି ଶୌଚାଳୟ ଓ ପାନୀୟଜଳ ଉପରେ ଗୁରୁତ୍ୱ ଦେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ଥିବା ପ୍ରତ୍ୟେକ ନିର୍ବାଚନମଣ୍ଡଳୀର ପର୍ଯ୍ୟଟନସ୍ଥଳୀଗୁଡ଼ିର ଉନ୍ନତି ଏବଂ ପୁନରୁଦ୍ଧାର ପାଇଁ ୫୦ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯିବାକୁ ସେ ଘୋଷଣା କରିଛନ୍ତି।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲା ପର୍ଯ୍ୟଟନ ଅଧିକାରୀ ଗଗନ ସାହୁ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ତପନ କୁମାର ପଟ୍ଟନାୟକ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ନୀଳଗିରି ବିଧାୟକ ଇଂ. ସୁକାନ୍ତ ନାୟକ, ସଦର ବିଧାୟକ ମଦନମୋହନ ଦତ୍ତ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଜିଲାରେ ଥିବା ସମସ୍ତ ପର୍ଯଟନସ୍ଥଳର ଗମନାଗମନ ଓ ପାନୀୟଜଳ ସୁବିଧା, ପାର୍କିଂ ବ୍ୟବସ୍ଥା, ଯାତ୍ରୀମାନଙ୍କ ରାତ୍ରରହଣି ପାଇଁ ପାନ୍ଥନିବାସ, ସୌନ୍ଦର୍ଯ୍ୟକରଣ ଉପରେ ଆଲୋଚନା କରିଥିଲେ। ପର୍ଯ୍ୟଟନସ୍ଥଳୀଗୁଡ଼ିକ ପ୍ରତି ପର୍ଯ୍ୟଟକଙ୍କ ଆକର୍ଷଣ କରିବା ପାଇଁ ନୂତନ ଜ୍ଞାନକୌଶଳରେ ସୁବିଧା ସୁଯୋଗ ଯୋଗାଇଦେବା ସହ ଇକୋ ଟୁରିଜିମ୍‌ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ପାଇଁ ଆଲୋଚନା କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରିବା ପାଇଁ ଜିଲା ପୋଲିସ ପ୍ରଶାସନକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତାଳସାରି, କଷାଫଳ ଏବଂ ପଞ୍ଚୁଲିଙ୍ଗେଶ୍ୱର ଭଳି ପର୍ଯ୍ୟଟନସ୍ଥଳୀର ମାନ୍ୟତା ବୃଦ୍ଧି କରିବା ପାଇଁ ବିହୀତ ପଦକ୍ଷେପ ନେବା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି। ଚାନ୍ଦିପୁର ବେଳାଭୂମିକୁ ରାସ୍ତା ସମସ୍ୟା, ସିମୁଳିଆ ତପସିଗଡ଼ିଆର ଶିବମନ୍ଦିର, ତୁଡ଼ିଗଡ଼ିଆ ଶହୀଦ ସ୍ତମ୍ଭ ଉନ୍ନତି ସହ କୁପାରୀ ଏବଂ ଅଯୋଧ୍ୟାକୁ ବୁଦ୍ଧିଷ୍ଟ ଟୁରିଜିମ୍‌ ସର୍କିଟ୍‌ରେ ପରିଣତ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ ଥିବା ସମସ୍ତ ପୁରୁଣା ଓ ସାଂସ୍କୃତିକ ମନ୍ଦିର ପୁନରୁଦ୍ଧାର ସହ ବାରବାଟୀ ସ୍କୁଲ ମଧ୍ୟରେ ଥିବା ଶହୀଦମାନଙ୍କର ସ୍ମୃତିକୁ ଉଦ୍ଧାର କରାଯାଇ ସାଂସ୍କୃତିକ ବିଭାଗକୁ ହସ୍ତାନ୍ତର କରାଯିବାର ମନ୍ତ୍ରୀ ଓ ଉପସ୍ଥିତ ବିଧାୟକ ବୈଠକରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri