ପର୍ଯ୍ୟଟନ ସ୍ଥଳର ବିକାଶ

ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ନାମରେ ପରିଚିତ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ଜିଲା। ଏଠାରେ ଅନେକ ଜଳପ୍ରପାତ ସହ ରହିଛି ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ପର୍ବତ। ଜିଲା ସଦର ପାରଳାଖେମୁଣ୍ଡିଠାରୁ ମାତ୍ର ୨୮କିମି ଦୂରରେ ରହିଛି ଗଣ୍ଡାହାତୀ ଜଳପ୍ରପାତ। ବର୍ଷତମାମ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ। ଶୀତର ଆଗମନ ପରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଏ। ଜଳପ୍ରପାତ ଏବଂ ଏହା ଚତୁଃପାର୍ଶ୍ୱରେ ରହିଥିବା ଶାନ୍ତକାନ୍ତ ପରିବେଶକୁ ପର୍ଯ୍ୟଟକମାନେ ଉପଭୋଗ କରନ୍ତି। ନିକଟସ୍ଥ ଜଙ୍ଗଲରେ ବଣଭୋଜିର ମଜା ଉଠାଇଥାନ୍ତି। ଏହା ବ୍ୟତୀତ ଜିଲାର ରାୟଗଡ଼ ବ୍ଲକ୍‌ ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ନିକଟ ଗୁଦ୍‌ଗୁଦା ଜଳପ୍ରପାତ, ଆର. ଉଦୟଗିରି ବ୍ଲକ୍‌ ଅନ୍ତର୍ଗତ ମାଙ୍କଡ଼ଡିଆଁ ଜଳପ୍ରପାତ, ମୋହନା ବ୍ଲକ୍‌ ଚନ୍ଦ୍ରଗିରି ନିକଟ ଖସଡ଼ା ଜଳପ୍ରପାତ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଭାବେ ପରିଚିତ। ପାହାଡ଼, ଝରଣା ଓ ସବୁଜ ବନାନୀ ମଧ୍ୟରେ ଏହି ପର୍ଯ୍ୟଟନ କ୍ଷେତ୍ର ରହିଛି। ପ୍ରକୃତି କୋଳରେ କିଛି ସମୟ କଟାଇବା ପାଇଁ ପ୍ରତିଦିନ ବହୁ ପର୍ଯ୍ୟଟକ ଆସିଥାନ୍ତି। ହେଲେ ଏ ପର୍ଯ୍ୟନ୍ତ ଗଣ୍ଡାହାତୀ ଜଳପ୍ରପାତ ବ୍ୟତୀତ ଅନ୍ୟ କୌଣସି ଜଳପ୍ରପାତ ପର୍ଯ୍ୟଟନସ୍ଥଳର ମାନ୍ୟତା ପାଇପାରିନାହିଁ। ଗଣ୍ଡାହାତୀ ଜଳପ୍ରପାତରୁ ଆଦାୟ ରାଜସ୍ବ ଜିଲା ବିକାଶରେ ସହାୟକ ହୋଇପାରିଛି। ହେଲେ ଅନ୍ୟ ଜଳପ୍ରପାତଗୁଡ଼ିକ ପର୍ଯ୍ୟଟନ ମାନଚିତ୍ରରେ ଲୁକ୍‌କାୟିତ ଅବସ୍ଥାରେ ରହିଛି। ଗଣ୍ଡାହାତୀକୁ ବାଦ୍‌ ଦେଲେ ଅନ୍ୟ ପର୍ଯ୍ୟଟନସ୍ଥଳୀକୁ ଗମନାଗମନର ଠିକ୍‌ ବ୍ୟବସ୍ଥା ନାହିଁ। ଖାଲଖମା ରାସ୍ତା ପର୍ଯ୍ୟଟକମାନଙ୍କୁ ଅଧିକାଂଶ ସମୟରେ ଅଡୁଆରେ ପକାଉଛି। ପର୍ଯ୍ୟଟନସ୍ଥଳ ଏବଂ ତା’ର ଆଖପାଖ ଅଞ୍ଚଳର ବିକାଶ ହୋଇପାରୁ ନ ଥିବାରୁ ଯେତିକି ପର୍ଯ୍ୟଟକ ପ୍ରତିବର୍ଷ ଆସିବା କଥା ସେହି ସଂଖ୍ୟା ହ୍ରାସ ପାଉଥିବା ଅଭିଯୋଗ ହୋଇଛି। ଜିଲା ପର୍ଯ୍ୟଟନ ବିଭାଗ ଏଥିପ୍ରତି ଦୃଷ୍ଟିଦେଇ ଗମନାଗମନର ବ୍ୟବସ୍ଥା ସହ ସାମଗ୍ରିକ ବିକାଶ ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ମତ ପ୍ରକାଶ ପାଇଛି। ଅନ୍ୟପକ୍ଷେ ପର୍ଯ୍ୟଟନସ୍ଥଳର ବିକାଶ ହେଲେ ଜିଲାର ଗୌରବ ବୃଦ୍ଧି ପାଇବା ସହ ରାଜସ୍ବ ବୃଦ୍ଧି ପାଇବ। ଫଳରେ ସେହି ଅଞ୍ଚଳରେ ବ୍ୟବସାୟ ପ୍ରତିଷ୍ଠାନ ଗଢି ଉଠିବ ଏବଂ ଗ୍ରାମୀଣ ବେକାର ଯୁବତୀ ଯୁବକମାନେ ସ୍ବାବଲମ୍ବୀ ହୋଇପାରିବେ ବୋଲି ବୁଦ୍ଧିଜୀବୀଙ୍କ ମହଲରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri