ପଲକଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ସଲମାନଙ୍କ ଏକ୍ସ-ଗର୍ଲଫ୍ରେଣ୍ଡ

ମୁମ୍ବାଇ: ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ତିଓ୍ବାରୀଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଯାହା ପ୍ରଶଂସକଙ୍କ ହୃଦୟକୁ ଛୁଇଁଯାଇଛି।

ଏକ ପିଚ୍‌ କଲରର ଶର୍ଟ ବଡିକନ ଡ୍ରେସ ସହିତ ଧଳା ରଙ୍ଗର ବ୍ଲେଜର ପିନ୍ଧିଛନ୍ତି ପଲକ। ସେ ତାଙ୍କର ଏହି ଗ୍ଲାମରସ ଫଟୋଟି ସୋସିଆଲ ମିଡିଆରେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ଶେୟାର କରିଛନ୍ତି। ଏଥିରେ କ୍ୟାପଶନ ଲେଖିଛନ୍ତି, ଓ୍ବିଣ୍ଟର ରୋଜ୍‌।

ପଲକ କେଶ ମୁକୁଳା କରିଥିବା ବେଳେ କାନରେ ବଡ଼ ଇୟରିଂ ଲଗାଇଛନ୍ତି। ଯାହା ତାଙ୍କ ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିଦେଉଛି। ଏହି କାନଫୁଲର ଦାମ୍‌ ମଧ୍ୟ ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଏହାର ଦାମ୍‌ ୧୯୦୦ ଟଙ୍କା। ଏହାକୁ ସେ Bling Vine ଓ୍ବେବ୍‌ସାଇଟ୍‌ରୁ କିଣିଥିଲେ। ଏହି ଇୟରିଂରେ ଗୋଲ୍ଡ ଷ୍ଟଡ୍‌ ସହିତ ଫ୍ଲୋରାଲ ଡିଜାଇନ ହୋଇଛି। ପଲକଙ୍କୁ ଏପରି ଦେଖି ପ୍ରଶଂସକ ବେଶ୍‌ ଖୁସି। କେହି କେହି କୁଇନ୍‌ କହିଛନ୍ତି ତ ଆଉ କେହି ଗର୍ଜିୟସ କହିଛନ୍ତି। ସବୁଠୁ ସୁନ୍ଦର ମେସେଜ କରିଛନ୍ତି ସଙ୍ଗୀତା ବିଜ୍‌ଲାନି। ସେ ଲେଖିଛନ୍ତି, ବହୁତ ସୁନ୍ଦର।

ସୋସିଆଲ ମିଡିଆରେ ପଲକ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ତାଙ୍କର ଫ୍ୟାନ୍‌ ଫଲୋଅର୍ସ ଢେର ଅଧିକ। କିଛିଦିନ ତଳେ ତାଙ୍କର ଏକ ଭିଡିଓ ଆସିଥିଲା। ଯେଉଁଥିରେ ସେ ବରୁଣ ଧାଓ୍ବନଙ୍କ ସହ ଡ୍ୟାନ୍ସ କରୁଥିଲେ। କୁହାଯାଉଛି, ପଲକ ଖୁବ୍‌ଶୀଘ୍ର ମ୍ୟୁଜିକ୍‌ ଭିଡିଓରେ ନଜର ଆସିବେ। ମାତ୍ର ଏ ବିଷୟରେ ସେ ଖୁଲାସା କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri