ପଲିଥିନ ପ୍ଲାଷ୍ଟିକ୍‌ ଚଢ଼ାଉ: ଦିନକରେ ୫୫ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୦ା୧୦-ପଲିଥିନ୍‌, ପ୍ଲାଷ୍ଟିକ୍‌ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ କରାଯାଇଛି। ଆକ୍ଟୋବର ୨ରୁ ପ୍ଲାଷ୍ଟିକ, ପଲିଥିନ୍‌ ସାମଗ୍ରୀକୁ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା ପରେ ବିଏମ୍‌ସି ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଏନେଇ ବିଏମ୍‌ସି ପକ୍ଷରୁ ଗଠିତ ୮ ଜଣିଆ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବୁଧବାର ବିଭିନ୍ନ ଦୋକାନରେ ଚଢାଉ କରିଛନ୍ତି। ସିଟି ହସ୍‌ପିଟାଲ ରୋଡ, ଏମ୍‌କେସିଜି ମେଡିକାଲ ରୋଡ ପ୍ରଭୃତି ଅଞ୍ଚଳରେ ଥିବା ବିଭିନ୍ନ ଦୋକାନରେ ଚଢାଉ ବେଳେ ବିପୁଳ ପରିମାଣରେ ପଲିଥିନ, ପାଣିପାଉଚ ଜବତ କରାଯାଇଥିବା ବ୍ରହ୍ମପୁର ମହାନଗର ନିଗମ ଏନ୍‌ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତ ସୂଚନା ଦେଇଛନ୍ତି। ଦିନକ ମଧ୍ୟରେ ପ୍ରାୟ ଅଧକିଲୋ ଓଜନର ପଲିଥିନ ସହ ୫ କିଲୋ ପାଣିପାଉଚ ଜବତ କରାଯାଇଛି। ଜରିମାନା ବାବଦକୁ ପ୍ରାୟ ୫୫ ହଜାର ଟଙ୍କା ଆଦାୟ କରାଯାଇଥିବା ସୂଚନା ମିିଳିଛି।
ପ୍ଲାଷ୍ଟିକ, ପଲିଥିନ ସାମଗ୍ରୀକୁ ୨୦୧୮ ଅକ୍ଟୋବର ୨ରୁ ବନ୍ଦ କରାଯାଇଥିଲା। କିନ୍ତୁ ଏହାର ବର୍ଷେ ପରେ ମଧ୍ୟ ପଲିଥିନ, ପ୍ଲାଷ୍ଟିକ ସାମଗ୍ରୀ ଉପରେ ରୋକ ଲଗାଇବାରେ ପ୍ରଶାସନ ବିଫଳ ହୋଇଛି। ଚଳିତ ଗାନ୍ଧୀ ଜୟନ୍ତୀରୁ ମହାନଗରକୁ ପ୍ଲାଷ୍ଟିକମୁକ୍ତ କରିବାକୁ ବିଏମ୍‌ସି ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ପଲିଥିନ, ପ୍ଲାଷ୍ଟିକ, ପାଣିପାଉଚ ସାମଗ୍ରୀ ଗଚ୍ଛିତ ତଥା ବିକ୍ରି କରୁଥିବା ଦୋକାନୀଙ୍କଠାରୁ ଏଣିକି ମୋଟା ଅଙ୍କର ଜରିମାନା ଆଦାୟ କରାଯିବା ସହ ପଲିଥିନ, ପାଣିପାଉଚ, ପ୍ଲାଷ୍ଟିକ ସାମଗ୍ରୀ ଥିବା ଦୋକାନୀଙ୍କଠାରୁ ସର୍ବନିମ୍ନ ୧୦ ହଜାର ଟଙ୍କାର ଜରିମାନା ଆଦାୟ କରାଯିବ ବୋଲି ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଅଫିସର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri