ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୬।୮

ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ ରଖିଥିବା ଅଭିଯୋଗରେ ଜଣେ ଛତୁ ବ୍ୟବସାୟୀଙ୍କ ଉପରେ ୫ ଶହ ଟଙ୍କା ଜରିମାନା କରାଯାଇଥିଲା। କିନ୍ତୁ ଏହି ସମୟରେ ସେଠାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପୌରକର୍ମଚାରୀ ଛତୁ ଦୋକାନୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିବା ବେଳେ ପୌରକର୍ମଚାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟକୁ ଯାଇ ଛତୁ ବ୍ୟବସାୟୀ ସୁଜିତ ପଟ୍ଟନାୟକ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୌର କର୍ମଚାରୀଙ୍କ ଅଭିଯୋଗ କ୍ରମେ ଅନୁଗୋଳ ପୋଲିସ ନଂ. ୫୯୧/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ ଯେ, ପୌରପାଳିକା ପକ୍ଷରୁ ବିଭିନ୍ନ ଉଠା ଦୋକାନ ଓ ଠେଲା ଦୋକାନରେ ପଲିଥିନ ଯାଞ୍ଚ କରାଯାଇଥିଲା। ଏହି ସମୟରେ ୩ କିଲୋ ୮ ଶହ ଗ୍ରାମ ପଲିଥିନ ଜବତ ସହ ୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ପରେ ଛତୁ ବ୍ୟବସାୟ କରୁଥିବା ସୁଜିତ ପଟ୍ଟନାୟକଙ୍କ ଦୋକାନରେ ପଲିଥିନ ଥିବା ଦେଖି କର୍ମଚାରୀମାନେ ୫ ଶହ ଟଙ୍କା ଜରିମାନା ରସିଦ୍‌ କାଟିଥିଲେ। କିନ୍ତୁ କୌଣସି କାରଣରୁ ସୁଜିତଙ୍କ ସହ ଯୁକ୍ତିତର୍କ ହୋଇଥିଲା। ପରେ ସୁଜିତଙ୍କୁ ମାଡ଼ ମରାଯାଇଥିବା ଓ ଅଧିକ ଅର୍ଥ ନ ଦେବାରୁ ଏପରି ଘଟଣା ଘଟାଯାଇଥିବା ସୁଜିତ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ପୌରକର୍ମଚାରୀ ଥାନାରେ ଅଭିଯୋଗ କରିଥିବାରୁ ତଦନ୍ତ ପରେ ଯାଇ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ ହେବ…

ଭୁବନେଶ୍ୱର,୧୦ା୧୨(ରବିନାରାୟଣ ଜେନା): ବିଧାୟକ, ମନ୍ତ୍ରୀ ଓ ବାଚସ୍ପତିଙ୍କ ଦରମା ବଢ଼ିବ । ଦରମା ବୃଦ୍ଧି ନେଇ ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ସମ୍ପର୍କିତ ବିଲ୍‌ ମଙ୍ଗଳବାର...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri