ପଶ୍ଚିମବଙ୍ଗରେ ଡାକ୍ତରଙ୍କୁ ମାଡ଼ ଘଟଣା :ଏମ୍‌କେସିଜିରେ ଜେଡିଏର କାମ ବନ୍ଦ, ରୋଗୀ ହଇରାଣ

ବ୍ରହ୍ମପୁର ଅଫିସ,୧୮ା୬-ପଶ୍ଚିମବଙ୍ଗର ଜୁନିୟର ଡ଼ାକ୍ତରଙ୍କୁ ଆକ୍ରମଣ ଘଟଣାର ଆନ୍ଦୋଳନ ଏବେ ବ୍ୟାପିବାରେ ଲାଗିଛି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ମଧ୍ୟ ଜୁନିୟର ଡ଼ାକ୍ତର ଏସୋସିଏଶନ୍‌ (ଜେଡିଏ) ତରଫରୁ ପଶ୍ଚିମବଙ୍ଗ ଡ଼ାକ୍ତର ଆନ୍ଦୋଳନକୁ ସମର୍ଥନ କରାଯାଇଛି। ଡ଼ାକ୍ତରଙ୍କୁ ଆକ୍ରମଣର ଦୃଢ଼ ନିନ୍ଦା କରି ସୋମବାର ଜେଡିଏ ତରଫରୁ ଆଉଟ ଡୋରରେ ଚିକିତ୍ସା ବନ୍ଦ ରଖାଯାଇଥିଲା ।
ଫଳରେ ରୋଗୀସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି । ସୋମବାର ଏମ୍‌କେସିଜି ମେଡିକାଲରେ ଆଉଟ ଡୋରର ପ୍ରତ୍ୟେକ ବିଭାଗର ପ୍ରଫେସର ଓ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ଦ୍ୱାରା ରୋଗୀ ଚିକିତ୍ସା ଚାଲିଥିବା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗରେ ଚାଲିଥିବା ଡ଼ାକ୍ତରଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜୁନିୟର ଡ଼ାକ୍ତରଙ୍କ ତରଫରୁ ଗତ ୨ ଦିନ ତଳେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରାଯାଇଥିଲା। ସୋମବାର ଜେଡିଏ ତରଫରୁ ପୁଣିଥରେ କଳା ବ୍ୟାଜ୍‌ ପରିଧାନ କରି ମେଡିକାଲ କଲେଜ ସମ୍ମୁଖରେ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଡ଼ାକ୍ତରଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏଣୁ ଡ଼ାକ୍ତରଙ୍କ ସୁରକ୍ଷା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଏଥିରେ ଦାବି କରାଯାଇଥିଲା । ଏହା ସହିତ ଆଉଟଡୋରରେ ରୋଗୀସେବାକୁ ମଧ୍ୟ ବନ୍ଦ କରାଯାଇଥିଲା । ଆଉଟଡୋର ବ୍ୟତୀତ କାଜୁଆଲଟି, ଓଟି, ଲେବରରୁମ ସହିତ ଅନ୍ୟ ଜରୁରୀକାଳୀନ ବିଭାଗରେ ରୋଗୀସେବା ବନ୍ଦ କରାଯାଇନାହିଁ। କେବଳ ଆଉଟ ଡୋରକୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସୋମବାର ଚିକିତ୍ସା ସେବା ବନ୍ଦ କରାଯାଇଛି ବୋଲି ଜେଡିଏ ସଭାପତି ତୁଷାରକାନ୍ତ ରଥ ସୂଚନା ଦେଇଛନ୍ତି । ସୋମବାର ଅନୁଷ୍ଠିତ ଏହି ବିକ୍ଷୋଭରେ ପ୍ରାୟ ୩ ଶହ ଡାକ୍ତର ସାମିଲ ହୋଇଥିଲେ । ଫଳରେ ରୋଗୀସେବା ବିଶେଷ ମାତ୍ରାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri