Posted inଜାତୀୟ

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା : :ଗୁରୁବାର ରାତିରୁ ପ୍ରଚାର ବନ୍ଦ

ନୂଆଦିଲ୍ଲୀ,୧୬ା୫: ପଶ୍ଚିମବଙ୍ଗରେ ହିଂସାକାଣ୍ଡ ପରେ ନିର୍ବାଚନ କମିଶନ (ଇସି) ସେଠାରେ ପ୍ରଚାରକୁ ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନରେ ପଶ୍ଚିମବଙ୍ଗର ୯ ଆସନରେ ଭୋଟ ଗ୍ରହଣ କରାଯିବ। ଏଥିପାଇଁ ଅନ୍ୟ ରାଜ୍ୟଗୁଡିକରେ ୧୭ ତାରିଖ ଅପରାହ୍ନ ୬ଟାରେ ପ୍ରଚାର ଶେଷ ହେବାକୁ ଥିବାବେଳେ ପଶ୍ଚିମବଙ୍ଗରେ ୧୬ ତାରିଖ ରାତି ୧୦ଟାରୁ ପ୍ରଚାର ବନ୍ଦ କରିବାକୁ କୁହାଯାଇଛି। ଗତ ୨୪ ଘଣ୍ଟା ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏବଂ ଭାଜପା କର୍ମୀଙ୍କ ମଧ୍ୟରେ ହିଂସାକାଣ୍ଡ ଲାଗି ରହିଥିବାରୁ ଇସି ସମ୍ବିଧାନର ଧାରା ୩୨୪ ଅନୁଯାୟୀ ସେଠାରେ ଗୋଟିଏ ଦିନ ପୂର୍ବରୁ ପ୍ରଚାର ଶେଷ କରିବାକୁ କହିଛନ୍ତି। ପ୍ରଥମଥର ଲାଗି ଇସି ଏଭଳି କ୍ଷେତ୍ରରେ ସମ୍ବିଧାନର ଧାରା ୩୨୪ ପ୍ରୟୋଗ କରିଛି। ଏହା ବ୍ୟତୀତ ପଶ୍ଚିମବଙ୍ଗର ପ୍ରମୁଖ ସଚିବ (ଗୃହ) ଆତେୟ ଭଟ୍ଟାଚାର୍ଯ୍ୟ ଏବଂ ଅତିରିକ୍ତ ମହାନିର୍ଦ୍ଦେଶକ ସିଆଇଡି ରାଜୀବ କୁମାରଙ୍କୁ ତାଙ୍କ ବିଭାଗରୁ କାଢ଼ିନିଆଯାଇଛି। ଗୁରୁବାର ରାତି ୧୦ରୁ ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଦମ୍‌ଦମ୍‌, ବରସାତ୍‌,

ବସିରହାଟ, ଜୟନଗର, ମଥୁରାପୁର, ଯାଦବପୁର, ଡାଇମଣ୍ଡ ହାର୍ବୋର, ଦକ୍ଷିଣ ଓ ଉତ୍ତର କୋଲକାତା ନିର୍ବାଚନ ମଣ୍ଡଳୀରେ ପ୍ରଚାର ବନ୍ଦ ରହିବ।
ଖ୍ୟାତନାମା ସମାଜ ସଂସ୍କାରକ ଈଶ୍ୱରଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ପଶ୍ଚିମବଙ୍ଗର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ସୃଷ୍ଟି ହୋଇଛି। ଏଥିପାଇଁ ଶାସକ ଦଳ ଟିଏମ୍‌ସି ଭାଜପାକୁ ଦାୟୀ କରିବା ସହ ଏନେଇ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଥିଲା। ଅନ୍ୟପକ୍ଷରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ କାରକେଡ୍‌ ଉପରେ ଆକ୍ରମଣ ଘଟଣାରେ ଭାଜପା ପକ୍ଷରୁ ଦିଲ୍ଲୀର ଜନ୍ତରମନ୍ତରରେ ନୀରବ ପ୍ରତିବାଦ କରାଯାଇଥିଲା। ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣାରେ ଇସି ଗଭୀର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?