ପଶ୍ଚିମବଙ୍ଗରେ ହିନ୍ଦୁ ପରିବାରକୁ ହତ୍ୟା ଘଟଣା : ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବଜରଙ୍ଗ ଦଳର ଦାବିପତ୍ର

ଫୁଲବାଣୀ ଅଫିସ, ୧୯ା୧୦: ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ପ୍ରକାଶ ପାଲ ଏବଂ ତାଙ୍କ ଗର୍ଭବତୀ ସ୍ତ୍ରୀଙ୍କ ସହ ୮ ବର୍ଷର ନିଷ୍ପାପ ପୁଅକୁ ଅତି ଜଘନ୍ୟ ଭାବେ ଗତ ୧୦ ତାରିଖରେ ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ସମଗ୍ର ରାଷ୍ଟ୍ରର ହିନ୍ଦୁ ସମାଜ ବ୍ୟଥିତ। ପଶ୍ଚିମବଙ୍ଗରେ ହିନ୍ଦୁମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ବାଂଲାଦେଶୀ ମୁସଲମାନଙ୍କ ଅନୁପ୍ରବେଶ ଏହାର ମୁଖ୍ୟ କାରଣ। ଭୋଟ ଆଶାରେ ମମତା ବାନାର୍ଜୀଙ୍କ ସରକାର କୌଣସି ଆଇନଗତ ପଦକ୍ଷେପ ନେଇ ନାହାନ୍ତି। ବିଗତ କିଛି ବର୍ଷ ହେଲା ପଶ୍ଚିମବଙ୍ଗରେ ହିନ୍ଦୁମାନଙ୍କୁ ବାରମ୍ବାର ହତ୍ୟା କରାଯାଉଛି। ହତ୍ୟାକାରୀଙ୍କୁ ସରକାର ସମର୍ଥନ କରୁଛନ୍ତି। ସେଠାରେ ସରକାରକୁ ବରଖାସ୍ତ କରି ତୁରନ୍ତ ରାଷ୍ଟ୍ରପତି ଶାସନ ଜାରି କରିବା ଦାବିରେ ଶନିବାର ବଜରଙ୍ଗ ଦଳ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ୫ ଦଫା ସମ୍ବଳିତ ଦାବିପତ୍ର ଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଛି।
ଏହି ହତ୍ୟାକାଣ୍ଡର ସିବିଆଇ ତଦନ୍ତ ସହ ଦୋଷୀଙ୍କୁ ଫାଶୀ ଦିଆଯାଉ। ପଶ୍ଚିମବଙ୍ଗରେ ଏନ୍‌ଆରସି ଲାଗୁ କରାଯାଇ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ଦେଶରୁ ବାହାର କରାଯିବା ଦରକାର। ନାଗରିକତା ବିଲ୍‌ରେ ସଂଶୋଧନ ଆଣି ବାଂଲାଦେଶରୁ ନିର୍ଯାତିତ ହୋଇ ଆସିଥିବା ହିନ୍ଦୁମାନଙ୍କୁ ସଂରକ୍ଷଣ ଦିଆଯାଇ ସୁରକ୍ଷା ପ୍ରଦାନ ଜରୁରୀ ହୋଇପଡିଛି ବୋଲି ବଜରଙ୍ଗ ଦଳର ସଂଯୋଜକ ନିରଞ୍ଜନ ମହାନ୍ତି, ରାକେଶ ମିଶ୍ର, ଗୋପାଳ କୃଷ୍ଣ ଷଡଙ୍ଗୀ, ସତ୍ୟନାରାୟଣ ପାତ୍ର, ମୂରଲୀଧର ପଣ୍ଡା, ଅମ୍ବିକା ଦାସ, ଗୌତମ ମହାରଣା ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri