Posted inଜାତୀୟ

ପଶ୍ଚିମବଙ୍ଗ ଉପନିର୍ବାଚନ: କଂଗ୍ରେସ-ସିପିଏମ୍‌ ଆସନ ବୁଝାମଣା

କୋଲକାତା,୧୧ା୮(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ଏବଂ ସିପିଆଇ(ଏମ୍‌) ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ପାଇଁ ଆସନ ବୁଝାମଣା କରିଛନ୍ତି। ରାଜ୍ୟରେ ଭାଜପା ଓ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିଜୟ ଅଭିଯାନରେ ରୋକ୍‌ ଲଗାଇବାକୁ ୩ ବିଧାନସଭା ଆସନରେ ଏକାଠି ଲଢ଼ିବା ଲାଗି କଂଗ୍ରେସ ଓ ସିପିଆଇ(ଏମ୍‌)ର ରାଜ୍ୟ ନେତୃତ୍ୱ ଏକ ବୈଠକରେ ନିଷ୍ପତ୍ତି ନେଇଛନ୍ତି। ତଦନୁଯାୟୀ କଂଗ୍ରେସ ଉତ୍ତର ଦିନାଜପୁର ଜିଲାର କାଳିଆଗଞ୍ଜ ଏବଂ ପଶ୍ଚିମ ମିଦନାପୁର ଜିଲାର ଖଡଗପୁର ଆସନରେ ନିର୍ବାଚନ ଲଢ଼ିବାକୁ ଥିବାବେଳେ ସିପିଆଇ(ଏମ୍‌) ନେତୃତ୍ୱାଧୀନ ବାମ ସାମ୍ମୁଖ୍ୟ ନଦୀୟା ଜିଲାର କରିମ୍‌ପୁର ଆସନରେ ପ୍ରାର୍ଥୀ ଦେବ। ଏହି ମେଣ୍ଟ ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିବ। ଆମେ ସାମ୍ପ୍ରଦାୟିକ ଦଳ ଭାଜପା ଓ ଟିଏମ୍‌ସିକୁ ପରାଜିତ କରିବୁ ବୋଲି ପଶ୍ଚିମବଙ୍ଗ କଂଗ୍ରେସ ସଭାପତି ସୋମେନ ମିତ୍ର କହିଛନ୍ତି। କଂଗ୍ରେସ ବିଧାୟକ ପ୍ରମଥନାଥ ରାୟଙ୍କ ପରଲୋକ ପରେ କାଳିଆଗଞ୍ଜ ଆସନ ଖାଲିପଡିଥିବାବେଳେ ଖଡଗପୁରର ଭାଜପା ବିଧାୟକ ଦିଲୀପ ଘୋଷ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ଟିଏମ୍‌ସି ବିଧାୟକ ମହୁଆ ମୈତ୍ର କ୍ରିଷ୍ଣନଗର ଆସନରୁ ଲୋକ ସଭାକୁ ନିିର୍ବାଚିତ ହୋଇଥିବାରୁ କରିମନଗର ଆସନ ଖାଲିପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri