ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୫।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ଅଗ୍ନିଶମ ବିଭାଗର ୩୦ଟି ଟିମ ଏବଂ ଓଡ୍ରାଫ୍‌ର ୧୦ଟି ୟୁନିଟ୍‌ ଶନିବାର ମଧ୍ୟରାତ୍ରିରେ ପଶ୍ଚିମବଙ୍ଗ ଯାତ୍ରା କରିଛନ୍ତି। ମୁଖ୍ୟ ଅଗ୍ନିଶମ ଅଧିକାରୀ ତଥା ଓଏଫଡିଆରଏ ନିର୍ଦ୍ଦେଶକ ମହେଶ୍ୱର ସ୍ବାଇଁ ଅଗ୍ନିଶମ ଟିମ୍‌ର ନେତୃତ୍ୱ ନେଉଥିବା ବେଳେ ଡେପୁଟି କମାଣ୍ଡାଣ୍ଟ କାହ୍ନୁଚରଣ ହାଁସଦା ଓଡ୍ରାଫ ୟୁନିଟ୍‌ର ନେତୃତ୍ୱ ନେଉଛନ୍ତି।
ରାତି ପ୍ରାୟ ଗୋଟାଏ ବେଳେ ସ୍ଥାନୀୟ ଫକୀରମୋହନ ଗୋଲେଇରେ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିବା ସହିତ ଟିମ୍‌ ସଦସ୍ୟମାନଙ୍କୁ ଶୁଭକାମନା।  ଅଗ୍ନିଶମ ବିଭାଗ ଟିମ୍‌ରେ ଫାୟାରମ୍ୟାନ, କର୍ମଚାରୀ ଓ ଅଧିକାରୀମାନଙ୍କୁ ମିଶାଇ ପ୍ରାୟ ୩୫୦ଜଣ ସଦସ୍ୟ ରହିଥିବା ବେଳେ ଓଡ୍ରାଫ ଟିମ୍‌ରେ ପ୍ରାୟ ୨୫୦ଜଣ ସଦସ୍ୟ ରହିଛନ୍ତି। ପେଟ୍ରୋଲ ଚାଳିତ ଯାନ୍ତ୍ରିକ ସରଞ୍ଜାମ, ଆସ୍କା ଲାଇଟ, ଜେନେରେଟର, ଗଛ ଓ ଇଲେକ୍ଟ୍ରିପୋଲ କଟିଂ ମେଶିନ, ସର୍ଚ୍ଚ ଲାଇଟ ସମେତ ଅନ୍ୟାନ୍ୟ ଅତ୍ୟାଧୁନିକ ଉପକରଣକୁ ସାଙ୍ଗରେ ନେଇ ଏହି ଟିମ ଉଦ୍ଧାର କାର୍ଯ୍ୟରେ ସାମିଲ ହେବେ। ମୁଖ୍ୟତଃ ରାସ୍ତା ସଫା ଏବଂ ପୁନରୁଦ୍ଧାର କାର୍ଯ୍ୟରେ ଏହି ଟିମ ନିୟୋଜିତ ହେବେ ବୋଲି ଜଣାପଡିଛି ।  ବିଗତ ଦିନରେ ଓଡିଶାରେ ହୋଇଥିବା ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଭିଜ୍ଞତାକୁ ପାଥେୟ କରି ଏହି ଟିମ୍‌ ସଦସ୍ୟମାନେ ସଫଳତାର ସହ ସେମାନଙ୍କ କାର୍ଯ୍ୟଦକ୍ଷତା ପ୍ରମାଣିତ କରିବେ ବୋଲି ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଆଶା ପୋଷଣ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri