ପଶ୍ଚିମବଙ୍ଗ, ବାଂଲାଦେଶ ମୁହାଁ ‘ବୁଲ୍‌ବୁଲ୍‌’:ଓଡ଼ିଶାକୁ ମାଡ଼ ନ କରିପାରେ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଧୀରେ ଧୀରେ ଏହା ଶକ୍ତିଶାଳୀ ହେଉଛି। ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ଏହା ପଶ୍ଚିମ ଦିଗକୁ ଗତି କରୁଛି। ସାମୁଦ୍ରିକ ଝଡ଼ ଆଣ୍ଡାମାନର ମାୟାବନ୍ଦରଠାରୁ ୨୭୦ କିଲୋମିଟର, ପାରାଦୀପଠାରୁ ୮୯୦ କିଲୋମିଟର ପଶ୍ଚିମବଙ୍ଗଠାରୁ ୯୮୦ କିଲୋମିଟର ଏବଂ ବାଲାଂଦେଶ ଖେପୁରାଠାରୁ ୯୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ସାମୁଦ୍ରିକ ଝଡ଼ (ବାତ୍ୟା ‘ବୁଲ୍‌ବୁଲ୍‌’)ରେ ପରିଣତ ହେବ। ବାତ୍ୟା ପ୍ରଥମେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଏବଂ ଏହା ପରେ ଉତ୍ତର- ଉତ୍ତର ପଶ୍ଚିମ ଦିଗ ଦେଇ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଆଡ଼କୁ ମୁହାଁଇବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିନ୍ତୁ ବୁଲ୍‌ବୁଲ୍‌ ଓଡ଼ିଶାକୁ ମାଡ଼ ନ କରିପାରେ। ତେବେ ବାତ୍ୟା ଯୋଗୁ ଉପକୂଳ ଓଡ଼ିଶାରେ ଘଣ୍ଟାକୁ ୫୦ରୁ ୬୦ ଓ ବେଳେବେଳେ ୭୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥିଯୋଗୁ ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ମାତ୍ର ବାତ୍ୟା ଉପକୂଳ ଅତିକ୍ରମ କରିବା ବେଳେ ଘଣ୍ଟାକୁ ୧୨୦ରୁ ୧୩୦ କିଲୋମିଟର ଏବଂ ବେଳେବେଳେ ୧୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ କେତେ ରହିବ ବୁଧବାର ସନ୍ଧ୍ୟା ସୁଦ୍ଧା ସ୍ପଷ୍ଟ ହୋଇଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ସେମାନେ ୮ ତାରିଖ ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଅନ୍ୟ ପକ୍ଷରେ ପାଣିପାଗ ସଂସ୍ଥା ‘ସ୍କାଏମେଟ୍‌’ ଭିନ୍ନ ପୂର୍ବାନୁମାନ କରିଛି। ବାତ୍ୟା ଓଡିଶାର ଚାନ୍ଦବାଲି ଓ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ବୋଲି ଉକ୍ତ ସଂସ୍ଥା କହିଛି।
ବାତ୍ୟାର ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଆଦି ଜିଲାରେ ପ୍ରବଳ ବର୍ଷା ହେବ। ସେହିପରି ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର ଆଦି ଜିଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟକୁ ବାତ୍ୟା ଆଶଙ୍କା ନ ଥିଲେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ବାତ୍ୟାକୁ ନେଇ କୌଣସି ପ୍ରକାର ଆତଙ୍କିତ ନ ହେବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ, ବାତ୍ୟାକୁ ନେଇ ଆତଙ୍କିତ ହେଲେ ଏହାର ଫାଇଦା ଅସାଧୁ ବ୍ୟବସାୟୀମାନେ ନେବେ। ଉପକୂଳ ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡ଼ିବା ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦେଖି ଆଗୁଆ ପଦକ୍ଷେପ ନେବାକୁ ଏସଆରସିଙ୍କ ପକ୍ଷରୁ ୧୫ ଜିଲାର ଜିଲାପାଳଙ୍କୁ ଏକ ନିର୍ଦ୍ଦେଶ ଦିଆଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଗଞ୍ଜାମ, ପୁରୀ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ବୌଦ୍ଧ, ନୂଆପଡ଼ା ଏବଂ ମାଲକାନଗିରି।
ଆସନ୍ତା ୮ରୁ ୧୦ ତାରିଖ ମଧ୍ୟରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏଥିଯୋଗୁ ଧାନଠାରୁ ଆରମ୍ଭ କରି ପନିପରିବା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହେବାର ସମ୍ଭାବନା ରହିଛି। ଏ ନେଇ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷକମାନଙ୍କୁ ସେମାନଙ୍କ ଫସଲ ସୁରକ୍ଷିତ ରଖିବା ପାଇଁ ପରାମର୍ଶ ଜାରି କରାଯାଇଛି। ବର୍ଷା ହେବା ପୂର୍ବରୁ ପାଚି ଯାଇଥିବା ମଧ୍ୟମ କିସମ ଧାନକୁ ତୁରନ୍ତ କାଟି ସୁରକ୍ଷିତ ସ୍ଥାନକୁ ନେଇଯିବାକୁ କୁହାଯାଇଛି। ଅମଳ ହୋଇଥିବା ଧାନକୁ ବେଙ୍ଗଳା କରି ପଲିଥିନରେ ଘୋଡ଼ାଇ ରଖିବା ସହିତ ବର୍ଷାଦିନିଆ ମକାକୁ ଅମଳ କରି ନେବାକୁ ପରାମର୍ଶ ଦିଆଯାଇଛି। ସେହିପରି ଅନ୍ୟାନ୍ୟ ଫସଲ ପାଇଁ ମଧ୍ୟ ଓୟୁଏଟି ପକ୍ଷରୁ ଚାଷୀମାନଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri