ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାମରେ କ୍ୟାପିଟାଲ ଥାନାରେ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନାମରେ ରବିବାର ଅପରାହ୍ନରେ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି। ଗତ ଅକ୍ଟୋବର ୮ରେ ମୁର୍ଶିଦାବାଦରେ ଜଣେ ସାମାଜିକ କର୍ମୀ, ତାଙ୍କ ଗର୍ଭବତୀ ସ୍ତ୍ରୀ ଓ ୮ ବର୍ଷର ଶିଶୁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଦାୟୀ କରି କେତେଜଣ ସଚେତନ ନାଗରିକ ଏହି ଅଭିଯୋଗ ଆଣିଛନ୍ତି। ତୁରନ୍ତ ମାମଲା ରୁଜୁ କରି ତଦନ୍ତ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ସୂଚନା ମୁତାବକ, ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳର ସାମାଜିକ କର୍ମୀ ବନ୍ଧୁପ୍ରକାଶ ପାଲ (୩୫), ତାଙ୍କ ଗର୍ଭବତୀ ସ୍ତ୍ରୀ ଓ ୮ ବର୍ଷର ପୁଅ ବନ୍ଧୁ ଆଙ୍ଗନ ପାଲଙ୍କୁ ହତ୍ୟା କରାଯାଇଥିଲା। ସାମାଜିକ କର୍ମୀ ପାଲ୍‌ ଜଣେ ହିନ୍ଦୁ ସମର୍ଥକ ଥିଲେ। ସେ ଟିଏମ୍‌ସି ବିରୋଧରେ ସାମାଜିକ ଗଣମାଧ୍ୟମରେ କଟୁ ମନ୍ତବ୍ୟ ଦେବା ସହ ଅନ୍ୟ ଗୋଟିଏ ରାଜନୈତିକ ଦଳକୁ ସମର୍ଥନ କରୁଥିଲେ। ତେଣୁ ମୁଖ୍ୟମନ୍ତ୍ରୀ ମମତାଙ୍କ ଇସାରାରେ ତାଙ୍କର କର୍ମୀମାନେ ମରଣାନ୍ତକ ଆକ୍ରମଣ କରି ହତ୍ୟା କରିଥିଲେ ବୋଲି ଅଭିଯୋଗ କରି ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମନୋରଞ୍ଜନ ଏବଂ ମନୋଜ କୁମାରଙ୍କ ସମେତ ଅନ୍ୟ ସମର୍ଥକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri