ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ। ପୂର୍ବାହ୍ନ ୧ଟାରୁ ସନ୍ଧ୍ୟା ୭ଟା ଯାଏ ଏହିସବୁ ଜିଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପଶ୍ଚିମ ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ ହ୍ରାସ ପାଇଛି। କଟକ, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ବାlଲେଶ୍ୱର ଆଦି ଜିଲାରେ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହେଉଛି। ଏଥିଯୋଗୁ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ତେବେ ଆର୍ଦ୍ରତା ବୃଦ୍ଧି ପାଇବା ଯୋଗୁ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୧୦ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ
ତାତିର ପ୍ରକୋପ ଆହୁରି ବଢ଼ିବ ବୋଲି ପୂର୍ବାନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ

ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା...

ଅକ୍ଟୋବର ୩୧ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ...

ସ୍ବାମୀଙ୍କ ମୃତ୍ୟୁକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୨ା୭: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍‌ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ...

ଚୋରି ଧରିବା ପାଇଁ ଖଟବୁଲା ପୋଲିସ ବଦଳରେ ଖୋଜାପଡୁଛି ଗୁଣିଆ

ନୟାଗଡ଼ ଅଫିସ,୨୩ା୬- ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଧରିବା ପାଇଁ ଖଟ ବୁଲୁଥିବା ଦେଖିବାକୁ ମିଳୁଛି। କୌଣସି ଗ୍ରାମରେ ଚୋରି ହେଲେ ଲୋକମାନେ ପୋଲିସ...

ବର୍ଷାରେ ବେହାଲ ରାସ୍ତା

ପରଜଙ୍ଗ, ୨୮।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଛି ଅଦିନିଆ ବର୍ଷା। ଏଥିରେ ଶୋଚନୀୟ ହୋଇପଡ଼ିଛି ଗ୍ରାମ୍ୟ ସଡ଼କ। ଖାଲଖମାରେ...

ମିଠାଦୋକାନୀଙ୍କୁ ହତ୍ୟା ପଛରେ ସୁପାରି

ଭୁବନେଶ୍ୱର,୧୩।୧୦(ବ୍ୟୁରୋ):  ଭୁବନେଶ୍ୱର ସାମନ୍ତରାପୁର ଛକରେ ମିଠା ଦୋକାନୀ ପ୍ରଭାକର ବେହେରାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ହତ୍ୟା ପଛରେ ସୁପାରି କିଲରଙ୍କ ସମ୍ପୃକ୍ତି...

କୋଭିଡ୍‌ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ

ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।...

ଏବେ କରୋନା ସଂକ୍ରମଣରେ ପିକ୍‌ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ...

Advertisement

BGU

Archives

Model This Week

Why Dharitri