ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ସ୍ଥାପନ ନେଇ ସରକାରଙ୍କ ଆନ୍ତରିକତା ନାହିଁ:  ସମିତି ଗଠନକରି ସମସ୍ୟା ସମାଧାନ କରିବାକୁ ଦାବି

ଭୁବନେଶ୍ୱର,୧।୭(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ସ୍ଥାପନ ଏବଂ ହାଇକୋର୍ଟରେ ଚାଲିଥିବା ଓକିଲମାନଙ୍କ ଧର୍ମଘଟକୁ ନେଇ ବିଧାନସଭାରେ ଗଭୀର ଉଦ୍‌ବେଗ ପ୍ରକାଶ ପାଇଛି। ଓକିଲମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଲୋକେ ନ୍ୟାୟ ପାଇପାରୁ ନାହାନ୍ତି। ଦୀର୍ଘ ୮ ମାସ ହେବ ପଶ୍ଚିମ ଓଡ଼ିଶାର ଏସ୍‌ଡିଜେମ୍‌ କୋର୍ଟରୁ ଆରମ୍ଭକରି ଜିଲା କୋର୍ଟ ପର୍ଯ୍ୟନ୍ତ ସବୁଠାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ତୁରନ୍ତ ସରକାର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଅନ୍ତୁ ଏବଂ ଲୋକଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ ବୋଲି ଉଭୟ ଶାସକ ଏବଂ ବିରୋଧୀ ଦଳର ସଦସ୍ୟମାନେ ଶୂନ୍ୟକାଳରେ ଦାବି ଉଠାଇଥିଲେ। କଂଗ୍ରେସ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ, ରାଜ୍ୟରେ ଆଇନର ଶାସନ ନାହିଁ। ଲୋକଙ୍କୁ ନ୍ୟାୟ ପ୍ରଦାନ କରାଯାଉ ନାହିଁ। ରାଜ୍ୟରେ ଅରାଜକତା ବ୍ୟାପିଲାଣି। ବର୍ଷ ବର୍ଷ ଧରି ମକଦ୍ଦମା ତଳକୋର୍ଟରୁ ଆରମ୍ଭକରି ହାଇକୋର୍ଟ ଯାଏ ପଡ଼ିରହିଛି। ପିଢ଼ି ପରେ ପିଢ଼ି ମାମଲା ଗଡ଼ି ଚାଲିଛି। ଓକିଲମାନେ ଷ୍ଟ୍ରାଇକ୍‌ କରୁଛନ୍ତି। ରାଜ୍ୟରେ ଏକ ସାମ୍ବିଧାନିକ ସଙ୍କଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଏହା ଉପରେ ବିବୃତି ଦିଅନ୍ତୁ ଏବଂ ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ପଦକ୍ଷେପ ନିଅନ୍ତୁ। ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ରାଜ୍ୟ ସରକାରଙ୍କର କୌଣସି ଆପତ୍ତି ନାହିଁ ବୋଲି କହୁଛନ୍ତି। ଅନ୍ୟପକ୍ଷରେ କେନ୍ଦ୍ର ସରକାର କହୁଛନ୍ତି ଯେ, ରାଜ୍ୟ ସରକାର ଆଇନ ଅନୁଯାୟୀ କେନ୍ଦ୍ରକୁ ଚିଠି ଲେଖୁନାହାନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଓ ଯଶବନ୍ତ ସିଂହଙ୍କ ରିପୋର୍ଟ ଅନୁଯାୟୀ, ରାଜ୍ୟ ସରକାର କାହିଁକି ଚିଠି ଲେଖୁନାହାନ୍ତି ବୋଲି ନରସିଂହ ପ୍ରଶ୍ନ କରିଛନ୍ତି। ଲୋକ ଦେଖାଣିଆ ଭାବେ କେବଳ ଚିଠି ଲେଖି ସରକାର ବସିଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଉକ୍ତ ଅଧିବେଶନ କାଳରେ ଯେ କୌଣସି ଦିନ ଗୃହରେ ବିବୃତି ଦିଅନ୍ତୁ ବୋଲି ନରସିଂହ ଦାବି କରିଛନ୍ତି।
କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି ନରସିଂହ ଉଠାଇଥିବା ପ୍ରସଙ୍ଗକୁ ସମର୍ଥନକରି କହିଥିଲେ ଯେ, ଦୀର୍ଘ ୮ ମାସ ହେଲା ତଳ କୋର୍ଟରୁ ଜିଲା କୋର୍ଟ ପର୍ଯ୍ୟନ୍ତ ବନ୍ଦ କରିଛି। ଲୋକେ ନ୍ୟାୟ ପାଇପାରୁ ନାହାନ୍ତି। ଶନିବାର ରାଜ୍ୟ ସରକାର ଏ ନେଇ ଏକ କମିଟି ଗଠନ କରିଛନ୍ତି। ଆମେ ଗୃହ ବିଭାଗର ଅତିରିକ୍ତ ସଚିବଙ୍କୁ ଦେଖା କରିଥିଲୁ। ପଶ୍ଚିମ ଓଡ଼ିଶାର ଯେ କୌଣସି ସ୍ଥାନରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ସ୍ଥାପନ କରିବାରେ ଆମର କିଛି ଆପତ୍ତି ନାହିଁ । ତେବେ ଦକ୍ଷିଣ ଓଡ଼ିଶାର ଜୟପୁରଠାରେ ସ୍ଥାୟୀ ବେଞ୍ଚ ସ୍ଥାପନ କରିବାକୁ ଦାବି କରିଥିଲେ। ବିଜେଡି ସଭ୍ୟ ଅମର ପ୍ରସାଦ ଶତପଥୀ ହାଇକୋର୍ଟ ବାର ଆସୋସିଶନ ପକ୍ଷରୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମେତ ୩ଟି କୋର୍ଟକୁ ବର୍ଜନ କରିଥିବା ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ ଯେ, କଲେଜିୟମ୍‌ ଅନୁଯାୟୀ ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଉ। ଓକିଲଙ୍କ ମଧ୍ୟରୁ ବିଚାରପତି ନିଯୁକ୍ତି ହୁଅନ୍ତୁ। ମାତ୍ର ଓଡ଼ିଶାରେ ତାହାର ବ୍ୟତିକ୍ରମ ଦେଖାଦେଉଛି ବୋଲି ଓକିଲମାନେ ଦାବି କରୁଛନ୍ତି। ଏଥିଯୋଗୁ ଏକପ୍ରକାର ଅଚଳାବସ୍ଥା ସୃଷ୍ଟି ହୋଇଛି। ତୁରନ୍ତ ଆଇନମନ୍ତ୍ରୀ ଏଥିରେ ହସ୍ତକ୍ଷେକରି ଅଚଳାବସ୍ଥା ଦୂର କରିବାକୁ ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ବୋଲି ସେ ଦାବି କରିଥିଲେ।
ବିଜେଡି ସଭ୍ୟ ଅନନ୍ତ ଦାସ ଉତ୍ତର ଓଡ଼ିଶାରେ ସ୍ଥାୟୀ ବେଞ୍ଚ ସ୍ଥାପନ କରିବାକୁ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ଓକିଲମାନଙ୍କ କାର୍ଯ୍ୟ ବନ୍ଦ ଯୋଗୁ ରାଜ୍ୟରେ ନ୍ୟାୟ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଛି ବୋଲି କହିଥିଲେ। ବିଚାରପତି ଓ ଓକିଲଙ୍କ କଳହ ଯୋଗୁ ଲୋକେ କ୍ଷତିଗ୍ରସ୍ତ ହେଉଛନ୍ତି। ଆମେ ରାଜନୀତି କରୁଛୁ। ଆମକୁ ବିପଦ ଆସିବ ବୋଲି ନ୍ୟାୟାଳୟ ବିଷୟରେ ଆମେ କିଛି କହିପାରୁ ନାହୁିଁ। ଅଯଥାରେ ଅଚଳାବସ୍ଥା ସୃଷ୍ଟି କରାଯାଉଛି। ବରିଷ୍ଠ ଓକିଲ ନରସିଂହ ମିଶ୍ର କହିଥିଲେ ଯେ, ବାଚସ୍ପତିଙ୍କୁ ନେଇ ଏକ କମିଟି ଗଠନକରି ସମସ୍ୟାର ସମାଧାନ କରାଯାଉ। ନ୍ୟାୟାଳୟକୁ ଅଚଳ କରିବାର ଅଧିକାର କାହାରିକୁ ଦିଆଯାଇ ନାହିଁ ବୋଲି ସେ କହିଥିଲେ। ଏଥିସହିତ ବିଜେଡି ସଭ୍ୟ ଜଗନ୍ନାଥ ନାୟକ,  ଭାଜପା ସଭ୍ୟ ସୁଶାନ୍ତ ନାୟକ ଏବଂ ନିତ୍ୟାନନ୍ଦ ଗଣ୍ଡ ନିଜ ନିର୍ବାଚନ ସମ୍ପର୍କିତ ସମସ୍ୟା ଉଲ୍ଲେଖ କରିଥିଲେ। କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା ୨୦୧୭ରୁ ଏପର୍ଯ୍ୟନ୍ତ ୯ଟି ଜିଲାରେ ଚାଷୀମାନେ ଫସଲ ବୀମା ପାଇ ନ ଥିବା ବିଷୟ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ କହିଥିଲେ ଯେ, ମରୁଡ଼ି ପରେ ଚାଷୀଙ୍କ ଅବସ୍ଥା ଭଲ ନାହିଁ। ସେମାନଙ୍କୁ ସହାୟତା ଦେବା ଲାଗି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀ ହୋଇଛି। ମାତ୍ର ଏହାର ସୁଫଳ ଚାଷୀମାନେ ପାଇପାରି ନାହାନ୍ତି। ତୁରନ୍ତ ବୀମା କମ୍ପାନୀକୁ ଡକାଇ ଏହାର ସମାଧାନ କରନ୍ତୁ ବୋଲି ସେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri