ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ମାମଲା: ସରକାରଙ୍କ ନୂତନ କମିଟିକୁ ରଦ୍ଦ ପାଇଁ ଆବେଦନ

କଟକ ଅଫିସ,୩।୧୨:ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାର ୫ବର୍ଷ ତଳେ ଏକ କମିଶନ ଗଠନ କରିଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ସି.ଆର୍‌. ପାଲ୍‌ଙ୍କ ଅଧ୍ୟକ୍ଷତାରେ ଏହି କମିଶନ ଗଠନ କରାଯାଇଥିଲା। ମାତ୍ର ସରକାର ଗତ ମାର୍ଚ୍ଚ ମାସରେ ଆଉ ଏକ କମିଟି ଗଠନ କରିଛନ୍ତି। ଉକ୍ତ କମିଟିକୁ ରଦ୍ଦ କରିବା ପାଇଁ ହାଇକୋର୍ଟରେ ଆବେଦନ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌. ଝାବେରି ଓ ବିଚାରପତି ଜଷ୍ଟିସ କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସୋମବାର ଉକ୍ତ ମାମଲାରେ ରାଜ୍ୟ ଗୃହ ବିଭାଗ ସଚିବଙ୍କ ସମେତ ସ୍ବତନ୍ତ୍ର ସଚିବ ପ୍ରମୁଖଙ୍କୁ ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆଡ୍‌ଭୋକେଟ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଏହି ଆବେଦନ କରାଯାଇଥିଲା। ସେ ଦର୍ଶାଇଥିଲେ, ୨୦୦୮ ମାର୍ଚ୍ଚ ୧୧ରେ ଜଷ୍ଟିସ ସି.ଆର୍‌. ପାଲଙ୍କୁ ନେଇ ଏକ ଜଣିକିଆ କମିଶନ ୨୦୧୪ ମେ ୩୧ରେ ତାଙ୍କ ରିପୋର୍ଟ ସରକାରଙ୍କୁ ଦେଇଥିଲେ। ଇତିମଧ୍ୟରେ ୫ବର୍ଷ ବିତିଯାଇଥିଲେ ମଧ୍ୟ ସେହି ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ କରାଯାଇ ନାହିଁ। ଏପରିସ୍ଥଳେ ସରକାର ଆଉ ଏକ କମିଟି ଗଠନ କରିଛନ୍ତି। ଏଥିରେ ଅର୍ଥ ବିଭାଗ ସଚିବଙ୍କ ସମେତ ରାଜସ୍ବ, ଆଇନ ବିଭାଗ ସଚିବ ପ୍ରମୁଖ ସଦସ୍ୟ ରହିଛନ୍ତି। ପୂର୍ବ କମିଶନ ବାବଦରେ ସରକାର ଦେଢ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ରିପୋର୍ଟକୁ ସାର୍ବଜନୀନ କରିନାହାନ୍ତି। ତେଣୁ ନୂତନ କମିଟିକୁ ରଦ୍ଦ କରିବା ଲାଗି ସେ ପିଟିଶନରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri