ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି ଦିନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଶୁକ୍ରବାର ୧୦ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିବା ବେଳେ ୫ସହର ୪୩ଡିଗ୍ରୀ ତାପମାତ୍ରାରେ ସିଝିଥିଲା। ଟିଟିଲାଗଡ଼ ୪୪.୨ଡିଗ୍ରୀରେ ଉତ୍ତପ୍ତ ସହର ପାଲଟିଥିଲା। ସମ୍ବଲପୁର ୪୩.୯, ହୀରାକୁଦ ୪୩.୮, ତାଳଚେର ୪୩.୭, ଝାରସୁଗୁଡ଼ା ୪୩.୬, ସୋନପୁର ୪୩.୨, ବଲାଙ୍ଗୀର ୪୨.୭, ଭବାନୀପାଟଣା ୪୧.୫, ମାଲକାନଗିରି ୪୧ ଓ ସୁନ୍ଦରଗଡ଼ରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଶନିବାର ମାଲକାନଗିରି, କୋରାପୁଟ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରର ଗୋଟିଏ କିମ୍ବା ଦୁଇଟି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ସେପଟେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଆଦି ୯ ଜିଲାରେ ହିଟ୍‌ ଓ୍ବେଭ୍‌ ଜାରି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୨୬ତାରିଖରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri