ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ଆଇନଜୀବୀଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଇନଜୀବୀମାନେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ଆନ୍ଦୋଳନ ଚାଲୁ ରହିଥିବାରୁ ପଶ୍ଚିମ ଓଡ଼ିଶାରେ ଥିବା ବିଭିନ୍ନ ଅଦାଲତରେ ମାମଲା ପରିଚାଳନାରେ ଅସୁବିଧା ସୃଷ୍ଟି ହୋଇଛି। ଏ ନେଇ ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ବିଚାରପତି କେ.ଆର୍‌. ମହାପାତ୍ରଙ୍କ ଖଣ୍ଡପୀଠ ମଙ୍ଗଳବାର ଏହାର ଶୁଣାଣି କରି ଗୁରୁତ୍ୱପୂର୍ଣ୍ଣ ଆଦେଶ ଦେଇଛନ୍ତି। ସମ୍ବଲପୁରକୁ ଯେଉଁ ଆଇନଜୀବୀ ମାମଲା ଲଢ଼ିବା ପାଇଁ ଯିବେ ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ହାଇକୋର୍ଟ ସମ୍ବଲପୁର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଡିସେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସୂଚନାଯୋଗ୍ୟ, ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବିରେ ପଶ୍ଚିମ ଓଡିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା। ଏହି ବନ୍ଦ ଡାକରା ପାଇଁ ଜିଲାର ଅନେକ ସରକାରୀ କାର୍ଯ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ଏହାକୁ ବିରୋଧ କରି ଆବେଦନକାରୀ ଓଡିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀ ମହାନ୍ତି ନିଜେ ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତିର ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଦେବଗଡ଼,୧୭ା୬(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତି ଓ କେନ୍ଦ୍ରୀୟ ପୋଲିସର ବର୍ବରତା ପ୍ରତିବାଦରେ ଶୁକ୍ରବାର ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ ମୁଖ୍ୟ ଡାକଘର ସମ୍ମୁଖରେ...

‘ରେଡ୍‌ ଜୋନ୍‌’ ବିଦ୍ୟାର୍ଥୀଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ମନା

କଟକ ଅଫିସ,୧୭।୫: ରେଡ୍‌ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ମନା। ସ୍ଥିତି ଆୟତାଧିନ ନ ହେଲା ଯାଏଁ ସେମାନେ ବିଶ୍ୱବିଦ୍ୟାଳୟ ଭିତରକୁ ଆସିପାରିବେ...

ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ...

ଏଣିକି ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)- ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ...

ଟ୍ରେନ୍‌ ଧକ୍କାରେ ଦନ୍ତା ଗୁରୁତର

କେନ୍ଦୁଝର,୮।୫: କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଶଗଡ଼ପଟା ଗ୍ରାମ ନିକଟରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଏକ ଦନ୍ତା ହାତୀ ଗୁରୁତର ଆହତ ହୋଇଛି। ହାତୀର ଆଗ...

ସଂକ୍ରମିତ ରକ୍ତ ଚିହ୍ନଟରେ ନାଟ୍‌-ପିସିଆର ପଦ୍ଧତି ସଫଳ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ସଂଗୃହୀତ ରକ୍ତକୁ ରୋଗୀଙ୍କୁ ଦେବା ପୂର୍ବରୁ ତାହାକୁ ବିଭିନ୍ନ ପର୍ଯ୍ୟାୟରେ ପରୀକ୍ଷାନିରୀକ୍ଷା କରାଯାଇଥାଏ। ଉକ୍ତ ରକ୍ତ ମ୍ୟାଲେରିଆ, ସିଫିଲିସ୍‌, ଏଚ୍‌ଆଇଭି, ହେପାଟାଇଟିସ୍‌-ବି ଓ ସି...

ଇଞ୍ଜେକ୍‌ଶନ୍‌ ନେଇ ରୋଗୀଙ୍କ ମୃତ୍ୟୁ

ପାରାଦୀପ,୨୯।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମରେ ସୋମବାର ଏକ ଔଷଧ ଦୋକାନରୁ ଇଞ୍ଜେକଶନ୍‌ ନେବା ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

୨୨୨ ଟଙ୍କା ମଜୁରିରେ କାମ କରୁନାହାନ୍ତି ଶ୍ରମିକ

ବିଞ୍ଝାରପୁର,୨୧ା୪(ଡି.ଏନ.ଏ.): ବିଞ୍ଝାରପୁର ପଞ୍ଚାୟତ ସମିତିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ...

Advertisement
Archives

Model This Week