ପଶ୍ଚିମ ଓଡ଼ିଶା ବନ୍ଦ ମାମଲା:ଗୁମର ଖୋଲିଦେଲା ଆୟକର ବିଭାଗ, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଆଦେଶ

କଟକ ଅଫିସ, ୪ା୧୨:ପଶ୍ଚିମ ଓଡ଼ିଶାରେ ଆଇନଜୀବୀଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପରେ ବି ସେଠାରେ ସବୁ ଠିକ୍‌ଠାକ୍‌ ଚାଲିଥିବା ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରାଇଥିଲେ। ମାତ୍ର ଏହି ଆନ୍ଦୋଳନ ଯୋଗୁ ସରକାରୀ କାର୍ଯ୍ୟାଳୟଗୁଡ଼ିକ କିଭଳି ବାଧାପ୍ରାପ୍ତ ହେଉଛି ତାହାର ଗୁମର ଆୟକର ବିଭାଗ ଖୋଲିଦେଇଛି। ହାଇକୋର୍ଟରେ ରୁଜୁ ହୋଇଥିବା ଉକ୍ତ ମାମଲାରେ ମଙ୍ଗଳବାର ଆୟକର ବିଭାଗ ପକ୍ଷଭୁକ୍ତ ହେବା ସହିତ ସତ୍ୟପାଠ ଦାଖଲ କରିଛି। ଆୟକର ବିଭାଗ ପକ୍ଷରୁ କୁହାଯାଇଛି, ଆନ୍ଦୋଳନ ଯୋଗୁ ସମ୍ବଲପୁରରେ ଥିବା ଆୟକର ଶାଖା କାର୍ଯ୍ୟାଳୟ ସମ୍ପୂର୍ଣ୍ଣ ଅଚଳ ହୋଇଯାଇଛି। କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେଇପାରୁନାହାନ୍ତି। ଏଭଳି ପରିସ୍ଥିତି ଯୋଗୁ ଆୟକରଦାତାମାନେ ଆୟକର ଦାଖଲ କରିବାରେ ସମସ୍ୟା ଭୋଗୁଛନ୍ତି। ଆୟକର ବିଭାଗ ସତ୍ୟପାଠରେ ଉପରୋକ୍ତ ସମସ୍ୟା ଉଲ୍ଲେଖ କରିବା ପରେ ହାଇକୋର୍ଟ ଏ ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। ସ୍ଥିତି ସମ୍ପର୍କରେ ଆସନ୍ତା ୧୦ ତାରିଖ ସୁଦ୍ଧା ଜଣାଇବାକୁ କୋର୍ଟ ପକ୍ଷରୁ ସରକାରଙ୍କୁ ଆଦେଶ ଦିଆଯାଇଛି। ସୂଚନାଥାଉ କି, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ଚାଲିଛି। ଏଥିଯୋଗୁ ସେଠାରେ ଅଧିକାଂଶ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଛି। ଏହାକୁ ନେଇ ଆଡ୍‌ଭୋକେଟ ଶିବଶଙ୍କର ମହାନ୍ତି ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ମାମଲାର ପୂର୍ବ ଶୁଣାଣି ସମୟରେ ହାଇକୋର୍ଟ କହିଥିଲେ, ଆଇନଜୀବୀମାନେ ସେଠାରେ ଆନ୍ଦୋଳନ କରୁଛନ୍ତି। ମାତ୍ର ଯେଉଁ ଆଇନଜୀବୀ କୋର୍ଟକୁ ଯିବାକୁ ଚାହୁଁଛନ୍ତି, ସେମାନଙ୍କୁ ସୁରକ୍ଷା ଯୋଗାଇଦେବା ପାଇଁ ହାଇକୋର୍ଟ ସମ୍ବଲପୁର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଉକ୍ତ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରି ସେଠାରେ ସବୁ ଠିକ୍‌ଠାକ୍‌ ଚାଲିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri