ପହଞ୍ଚିଲା କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର,୨ା୬(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ପ୍ରଥମ ଏଭରେଷ୍ଟ ପର୍ବତ ଆରୋହଣକାରୀ କଳ୍ପନା ଦାସଙ୍କ ମରଶରୀର ଏଠାରେ ପହଞ୍ଚିଛି। ଶନିବାର ତାଙ୍କ ମରଶରୀରକୁ କାଠମାଣ୍ଡୁରୁ ନୂଆଦିଲ୍ଲୀ ଅଣାଯାଇଥିଲା। ବିମାନ ବିଳମ୍ବ ଯୋଗୁ ରବିବାର ସକାଳେ ଭୁବନେଶ୍ୱରରେ ପହଞ୍ଚତ୍ଛି। ଗତ ୨୩ ତାରିଖରେ ଏଭରେଷ୍ଟ ଶୃଙ୍ଗରୁ ଓହ୍ଲାଉଥିବାବେଳେ ୫୩ ବର୍ଷୀୟା କଳ୍ପନାଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟ ସରକାର ତାଙ୍କ ମରଶରୀରକୁ ରାଜ୍ୟକୁ ଆଣିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିଥିଲେ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ତାଙ୍କ ପାର୍ଥତ୍ବ ଶରୀର ପହଞ୍ଚତ୍ବା ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ କମ୍ପ୍ଲେକ୍ସକୁ ନିଆଯାଇଥିଲା। ସେଠାରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସମେତ କ୍ରୀଡ଼ା ଜଗତ ସହ ଜଡ଼ିତ ପ୍ରତିନିଧି, ସରକାରୀ କର୍ମଚାରୀ ଶେଷ ଦର୍ଶନ କରିଥିଲେ। ‘କଳ୍ପନା ଆଗଧାଡ଼ିର ପର୍ବତାରୋହି ଥିଲେ। ସେ ରାଜ୍ୟ ପାଇଁ ଗର୍ବ ଆଣି ଦେଇଥିଲେ। ସେ ଜଣେ ସଫଳତାର ଉଦାହରଣ। ମୃତ୍ୟୁ ପରେ ମଧ୍ୟ ସେ ଯୁବବର୍ଗକୁ ପ୍ରେରଣା ଯୋଗାଇବେ ବୋଲି ମନ୍ତ୍ରୀ ତୁଷାରକାନ୍ତି କହିଛନ୍ତି। ପେସାରେ ଓକିଲ ଥିବା କଳ୍ପନା ଏଭରେଷ୍ଟ ଶୃଙ୍ଗ ଚଢ଼ିବାରେ ରାଜ୍ୟର ପ୍ରଥମ। ସେ ୨୦୦୮ରେ ପ୍ରଥମ ଥର ପାଇଁ ପର୍ବତାରୋହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri