ପହଞ୍ଚିଲା ଶହୀଦ ଅଭିରାମ ରାମଙ୍କ ମରଶରୀର: ବସ୍ତାରେ ଶୋକାକୁଳ ପରିବେଶ

ବସ୍ତା, ୧୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ବ୍ରାହ୍ମଣଦା ପଞ୍ଚାୟତ ରଣାମୁଣ୍ଡଳି ଗ୍ରାମର ସେନାବାହିନୀରେ କାର୍ଯ୍ୟରତ ସୈନିକ ଅଭିରାମ ରାମ ଶହୀଦ ହେବା ପରେ ତାଙ୍କ ମରଶରୀର ବସ୍ତାରେ ପହଞ୍ଚିଛି। ତାଙ୍କ ମରଶରୀର ପହଞ୍ଚିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଶହୀଦ ଅଭିରାମ ଅମର ରହେ ସ୍ଲୋଗାନ ଦେଇ ହଜାର ହଜାର ଜନସାଧାରଣ ତାଙ୍କ ଶବାଯାତ୍ରାରେ ସାମିଲ ହୋଇଥିଲେ।
ଅଭିରାମ ୨୦୦୯ରେ ଇଣ୍ଡିଆନ ଆର୍ମିରେ ଯୋଗ ଦେଇଥିଲେ । ସେ ଅରୁଣାଚଳ ପ୍ରଦେଶରେ ସେ ୟୁନିଟ-୧୫ ବିହାର ହେଡରେ ନାୟକ ଭାବେ କାର୍ଯ୍ୟରତ ଥିଲେ। ଗତ ୧୩ ତାରିଖରେ ଏକ ଗାଡିରେ ସେ ଯବାନମାନଙ୍କ ସହ ଯାଉଥିବା ବେଳେ ଲାଇକଚୋଲି ଆଉଟ ପୋଷ୍ଟ ପାରି ହେବାର ୫ କି.ମି. ପରେ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ତାଙ୍କର ମୃତ୍ୟୁ ଖବର ବିଭାଗୀୟ କାର୍ଯ୍ୟାଳୟରୁ ଶୁକ୍ରବାର ତାଙ୍କ ପରିବାର ଲୋକଙ୍କୁ ଜଣାଯାଇଥିଲା। ଶନିବାର ମଧ୍ୟାହ୍ନରେ ତାଙ୍କ ମରଶରୀର ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିବା ପରେ ତାଙ୍କୁ ଆର୍ମି ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଗାଡିରେ ବସ୍ତା ପର୍ଯ୍ୟନ୍ତ ଅଣାଯାଇଥିଲା। ବିଭିନ୍ନ ସଙ୍ଗଠନ, ଅବସରପ୍ରାପ୍ତ ସୈନିକ ସଂଘ, ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ, ମାନ୍ୟଗଣ୍ୟ ବ୍ୟକ୍ତି, ସମାଜସେବୀ ସମେତ ଜନସାଧାରଣ ତାଙ୍କର ଶେଷଦର୍ଶନ କରିଥିଲେ। ତାଙ୍କର ସମ୍ମାନାର୍ଥେ ବସ୍ତାରେ ଦୋକାନ ବଜାର ସନ୍ଧ୍ୟା ପରେ ସ୍ବତପ୍ରବୃତଃ ଭାବେ ବନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri