ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ ଉତ୍ସବ: ଯୋଗ ଦେଲେ ରାଷ୍ଟ୍ରପତି

ଖୋର୍ଦ୍ଧା ଅଫିସ,୮।୧୨: ଖୋର୍ଦ୍ଧା ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ସେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ, କେନ୍ଦ୍ର ପଶୁପାଳନ, ଦୁଗ୍ଧ ଓ ମତ୍ସପାଳନ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ରାଜ୍ୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି।

ପ୍ରକାଶଯୋଗ୍ୟ, ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ରାଜଭବନ ଯାଇ ରାତ୍ରିଯାପନ କରିବା ପରେ ରବିବାର ପୂର୍ବାହ୍ନରେ ଖୋର୍ଦ୍ଧା ବରୁଣେଇ ଅଭିମୁଖେ ଯାତ୍ରା କରିଥିଲେ। ଶିଳାନ୍ୟାସ କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ରାଜଭବନ ଫେରି ସନ୍ଧ୍ୟା ୫ଟାରେ ସେ ଦିଲ୍ଲୀ ଫେରିଯିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ

ନୂଆଦିଲ୍ଲୀ,୨ା୧: ଷ୍ଟକ୍‌ହୋମ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

‘ମୁଁ ନୁହେଁ, ସେ ମୋତେ ଭେଟିବାକୁ ଆସିଥିଲେ…’ ଜୟଶଙ୍କରଙ୍କ କରମର୍ଦ୍ଦନକୁ ନେଇ ଗର୍ବ କଲା ପାକିସ୍ତାନ, କଲା ଏମିତି ଦାବି

ନୂଆଦିଲ୍ଲୀ/ଇସଲାମାବାଦ,୨।୧: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଢାକାରୁ ଆସିଥିବା ଏକ ଫଟୋ ପାକିସ୍ତାନରେ ଆଲୋଚନାର ବିଷୟ ପାଲଟିଛି।...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍‌ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri