ପାଏନ୍‌ ଘେରରେ ଗୌଡ଼ଗାଁ ଅଙ୍ଗନଓ୍ବାଡି କେନ୍ଦ୍ର

ଉଲୁଣ୍ଡା,୧୪ା ୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକରେ ଦିନାକେତେ ହେଲା ଲଘୁଚାପ ପରଭାବରେ ବରଷା ଲାଗି ରହିଛେ। ଲଗାତାର ବରଷା ଲାଗି ଗୌଡ଼ଗଁା ୧ ନମ୍ବର ଅଙ୍ଗନଓ୍ବାଡି କେନ୍ଦ୍ରର ଚାର୍‌ହିକୁତି ପାଖାପାଖି ୨ ଫୁଟ୍‌ ପାଏନ୍‌ ଜମିଥିବାର ମଙ୍ଗଲବାର ଦେଖ୍‌ବାକେ ମିଲିଛେ। ଯେନ୍‌ଥିରଲାଗି ଛୋଟଛୋଟ ଛୁଆକର ପାଠ୍‌ପଢ଼ାରେ ନାନା ସମସିଆ ଦେଖାଦେଇଛେ। ମଙ୍ଗଲବାର ଛୁଆମାନେ କେନ୍ଦ୍ରକେ ପାଠ୍‌ପଢ଼ି ଆସିଥିଲାବେଲେ ପାଏନ୍‌ ଲାଗି ସେମାନକୁ ଝନ୍‌ ଝନ୍‌ କରି ପାଇକରି କେନ୍ଦ୍ରକେ ନେଉଥିବାର ଦେଖ୍‌ବାକେ ମିଲିଥିଲା। ଇଠାନେ ଡ୍ରେନେଜ ବେବସ୍‌ତା ଅଭାବୁ ପାଏନ୍‌ କାହିଁ ଯାଇ ନାଇଁପାରବାର, ଜମି କରି ରହୁଛେ। ଯେନ୍‌ଥିରଲାଗି ଛୁଆକୁ ନାନା ପରକାର ସଂକ୍ରାମକ ରୋଗ୍‌ ହେବାର ବି ଆଶଁକା ଦେଖାଦେଇଛେ। ଇ ବାବ୍‌ଦେ ବିଭାଗୀୟ କତୁରପକ୍ଷ ଜାନିଥିଲେ ବି ସମସିଆର ସମାଧାନ ଲାଗି ପଦକ୍ଷେପ ନାଇଁନେବାର। ଯେନ୍‌ଥିରଲାଗି ଅଭିଭାବକମାନେ ଛୁଆକୁ କେନ୍ଦ୍ରକେ ଛାଡ଼ବାର ଲାଗି ଅମଂଗ ହେଉଛନ୍‌। ଛୁଆକର ସୁରକ୍ଷାକେ ଦୁରୁଷ୍‌ଟି ଦେଇ ଯେତେ ଜଲଦି ହେବା ସମସିଆର ସମାଧାନ କରବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri