ପାକିସ୍ତାନକୁ ମହଙ୍ଗା ପଡିଲା ଭାରତ ବିରୋଧୀ ଟୁଇଟ୍‌: ବନ୍ଦ ହେଲା ୨ଶହ ଆକାଉଣ୍ଟ

କରାଚି,୨୦।୮: ପାକିସ୍ତାନ ଲାଗାତର ଭାବେ ଭାରତ ବିରୋଧୀ ଟୁଇଟ୍‌ କରୁଥିବାରୁ ଏହାକୁ ନେଇ ଭାରତୀୟ ପ୍ରଶାସନ ଅଭିଯୋଗ ଆଣିଥିଲା। ଫଳରେ ମାଇାକ୍ରୋବ୍ଲଗିଙ୍ଗ ସାଇଟ୍‌ ଟୁଇଟର ଏବେ ପାକିସ୍ତାନର ପ୍ରାୟ ୨ଶହ ଟୁଇଟର ଆକାଉଣ୍ଟ ବନ୍ଦ କରିଦେଇଥିବା ଜଣାପଡିଛି। ତେବେ କଶ୍ମୀର ସମସ୍ୟାକୁ ନେଇ ଏସବୁ ଟୁଇଟ୍‌ ଥିବା ଜଣାପଡିଛି। ଗତ ଏକ ସପ୍ତାହ ହେବ ପାକିସ୍ତାନର କେତେଜଣ ୟୁଜର ଟୁଇଟରରେ ରିପୋର୍ଟ କରିଛନ୍ତି କି କାଶ୍ମୀର ସମସ୍ୟାକୁ ନେଇ ଟୁଇଟ୍‌ କରିବା ପରେ ସେମାନଙ୍କ ଆକାଉଣ୍ଟକୁ ବନ୍ଦ କରି ଦିଆଯାଇଛି। ଏହି ଅଭିଯୋଗ ଖବରଦାତା, ରାଜନୈତିକ କର୍ମୀ, ସରକାରୀ ଅଧିକାରୀ ଓ ସେନା ପ୍ରସଂଶକମାନେ କରିଛନ୍ତି। ଏହାପରେ ଷ୍ଟପ ସସପେଣ୍ଡିଙ୍ଗ ପାକିସ୍ତାନିଜ୍‌ ବୋଲି ଟୁଇଟରରେ ଟ୍ରେଣ୍ଡ ହେବାକୁ ଲାଗିଲା। ରବିବାର ଇଣ୍ଟର ସର୍ଭିସେସ୍‌ ପବ୍ଲିକ୍‌ ରେଲେଶନ୍ସ (ଆଇଏସ୍‌ପିଆର୍‌)ର ମେଜର ଜେନରାଲ ଆଶିଫ ଗଫୁର କହିଲେ ସରକାର ଟୁଇଟର ଓ ଫେସବୁକ୍‌ ସହ ଜଡିତ ପୋଷ୍ଟକୁ ନେଇ ବନ୍ଦ କରାଯାଇଥିବା ଆକାଉଣ୍ଟ କଥା ଉଠାଇଛନ୍ତି। ଟୁଇଟରରେ କରାଯାଇଥିବା ଏହି ଅଭିଯୋଗକୁ ନେଇ ସୂଚନା ଦେବା ସହ ଡିଜିଟାଲ ମିଡିଆ ସହ ସମ୍ପୃକ୍ତ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସହାୟକ ଅର୍ସଲାନ ଖାଲିଦ ଡନ୍‌ ନ୍ୟୁଜକୁ ସୂଚନା ଦେଇ କହିଛନ୍ତି, ପାକିସ୍ତାନ ଟେଲିକମ୍ୟୁନିକେଶନ ଅଥରିଟି(ପିଟିଏ)ସୋମବାର ଟୁଇଟରର ଆଞ୍ଚଳିକ କାର୍ଯ୍ୟାଳୟରେ ଏକ ଅଭିଯୋଗ ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ ୩୫(ଏ)ଉଚ୍ଛେଦ କରାଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇ ବିଭିନ୍ନ ଦେଶର ସାହାଯ୍ୟ ମାଗିବା ସହ ସୋସିଆଲ ମିଡିଆରେ ଭାରତ ବିରୋଧୀ ମନ୍ତବ୍ୟ ଦେଇ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri