ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ: ୧୦ ବର୍ଷରେ ଲକ୍ଷେ ୬୦ ହଜାର ଚିହ୍ନଟ

ଇସଲାମାବାଦ୍‌,୧୧।୯: ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ ଦେଖାଦେଇଛି। ଗତ ୧୦ ବର୍ଷ ମଧ୍ୟରେ ଏଚ୍‌ଆଇଭି ସଂକ୍ରମିତଙ୍କ ସଂଖ୍ୟା ୧୩ ପ୍ରତିଶତ ବୃଦ୍ଧି ପାଇ ଲକ୍ଷେ ୬୦ ହଜାରରେ ପହଞ୍ଚିଛି। ୨୦୧୦ରେ ଏଭଳି ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ଥିଲା ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦେଶରେ ଏଚ୍‌ଆଇଭି ସଂକ୍ରମଣ ସମଲିଙ୍ଗୀ ବ୍ୟକ୍ତି ଏବଂ ଯୌନ କର୍ମୀଙ୍କ ଯୋଗୁ ବଢୁଥିବା ରିପୋର୍ଟ ପ୍ରକାଶ ପାଇଛି। ୨୦୧୫ରୁ ୨୦୧୮ ଗତ ୩ ବର୍ଷ ମଧ୍ୟରେ ୧୪ ବର୍ଷ ବୟସ୍କ ୧୫ ହଜାର ଏହା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେହିପରି ୧୫ ବର୍ଷ ବୟସ୍କ ୩୭ ହଜାରଙ୍କୁ ଏଚ୍‌ଆଇଭି ପଜେଟିଭ୍‌ ଭାବେ ଚିହ୍ନଟ କରାଯାଇଛି। ଦେଶରେ ଏଚ୍‌ଆଇଭି ସଂକ୍ରମିତ ୪୮ ହଜାର ମହିଳା ଅଛନ୍ତି ବୋଲି ଜାତିସଂଘ ରିପୋର୍ଟରେ କୁହାଯାଇଛି। ନିଶାଦ୍ରବ୍ୟ ପାଇଁ ବ୍ୟବହାର ହେଉଥିବା ସିରିଞ୍ଜ୍‌ ଯୋଗୁ ଏଚ୍‌ଆଇଭିଙ୍କ ସଂଖ୍ୟା ୨୧ ପ୍ରତିଶତ ବୃଦ୍ଧି ପାଇଛି। ସେହିପରି ଯୌନକର୍ମୀଙ୍କ ଯୋଗୁ ୩.୮ ପ୍ରତିଶତ ଏବଂ ସମଲିଙ୍ଗୀ ସମ୍ପର୍କ ଯୋଗୁ ଏହା ୩.୭ ପ୍ରତିଶତ ବଢ଼ିଥିବା କୁହାଯାଉଛି। ଲରକାନା ଜିଲାରେ ଚଳିତ ବର୍ଷ ୮ ଶହ ନୂଆ ଏଚ୍‌ଆଇଭି ସଂକ୍ରମିତ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri