Posted inଜାତୀୟ

ପାକିସ୍ତାନର ଅମରନାଥ ଯାତ୍ରା ଆକ୍ରମଣ ଯୋଜନା ପଣ୍ଡ

ଶ୍ରୀନଗର:୨।୮: ଜମ୍ମୁ-କଶ୍ମୀର ଘାଟିରେ ପାକିସ୍ତାନ ସେନା ଓ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ନେଇ ଲାଗିରହିଥିବା ଅଶାନ୍ତ ପରିସ୍ଥିତିର ମୁକାବିଲା କରିବାକୁ ଯାଇ ଶୁକ୍ରବାର ଶ୍ରୀନଗରରେ ସେନା ଓ ପୋଲିସ ପକ୍ଷରୁ ଏକ ମିଳିତ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏଥିରେ ସେନା କମାଣ୍ଡର ଲେଫ୍‌ଟନାଣ୍ଟ ଜେନେରାଲ କେ.ଜେ.ଏସ୍‌ ଧିଲୋନ କହିଛନ୍ତି, କଶ୍ମୀରରେ ହେଉଥିବା ଆତଙ୍କବାଦୀ ଘଟଣା ପଛରେ ପାକିସ୍ତାନୀ ସେନା ଓ ଆଇଏସ୍‌ଆଇର ହାତ ରହିଛି। ଏ ସମସ୍ତ ଘଟଣା ପାଇଁ ଏମୋନେ ହିଁ ଦାୟୀ ବୋଲି ସେନା କମାଣ୍ଡର କହିଛନ୍ତି। ଏଥିସହ ପାକିସ୍ତାନ ଚଳିତ ବର୍ଷ ଅମରନାଥ ଯାତ୍ରାରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡଯନ୍ତ୍ର ରଚିଥିଲା। ଯେଉଁ ଯୋଜନାକୁ ପଣ୍ଡ କରିବାରେ ଭାରତୀୟ ସୁରକ୍ଷାକର୍ମୀ ସଫଳ ହୋଇଛନ୍ତି। ଅମରନାଥ ଯାତ୍ରା ରାସ୍ତାରେ ଏକ ସ୍ଥାନରୁ ଏମ୍‌-୨୪ ଆମେରିକା ସ୍ନିପର ରାଇଫଲ୍‌ ଓ ଦୂରବୀକ୍ଷଣ ଯନ୍ତ୍ରକୁ ପୋଲିସ ପକ୍ଷରୁ ଜବତ କରାଯାଇଛି ବୋଲି ଧିଲୋନ କହିଛନ୍ତି। ଏଥିସହ କଶ୍ମୀରରେ ଆତଙ୍କବାଦୀଙ୍କ ଗତିବିଧି ଉପରେ ସେନା ପକ୍ଷରୁ ନଜର ରଖାଯାଇଥିବା ନେଇ ସେ ସୂଚନା ଦେଇଛନ୍ତି। ଅପରପକ୍ଷରେ ପୋଲିସ ଡିଜିପି ଦିଲ୍‌ବାଗ ସିଂହ କହିଛନ୍ତି, କଶ୍ମୀରରେ ସ୍ଥାନୀୟ ଯୁବକ ଆତଙ୍କବାଦୀ ହେଉଥିବା ମାମଲା ଏବେ ହ୍ରାସ ପାଇଛି। ଆତଙ୍କବାଦୀ ହେଉଥିବା ବହୁ କଶ୍ମୀର ଯୁବକ ଏବେ ନିଜ ଘରକୁ ଫେରିଯାଇଛନ୍ତି ବୋଲି ପୋଲିସ ଡିଜିପି କହିଛନ୍ତି। ଅପରପକ୍ଷରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହ ନେଇ ଅମରନାଥ ଯାତ୍ରୀଙ୍କୁ ତୁରନ୍ତ ଯାତ୍ରା ସାରି ଫେରିଯିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri