Posted inଖେଳ

ପାକିସ୍ତାନର ସିରିଜ ବିଜୟ

କରାଚୀ, ୨୪ା୧୨ (ଏଏଫ୍‌ପି)- କରାଚୀଠାରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚରେ ପାକିସ୍ତାନ ୨୬୩ ରନରେ ସହଜ ବିଜୟ ହାସଲ କରିଛି। ଏଥିସହ ଦଳ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ ୧-୦ରେ ଜିତିନେଇଛି। ସୋମବାର ଅନ୍ତିମ ତଥା ୫ମ ଦିବସ ଖେଳରେ ପାକିସ୍ତାନ ମାତ୍ର ୧୪ ମିନିଟ ଓ ୧୬ ବଲ୍‌ ବିନିମୟରେ ମ୍ୟାଚ ଜିତି ନେଇଥିଲା। ଭ୍ରମଣକାରୀ ଦଳ ପୂର୍ବଦିନର ଅସମାପ୍ତ ସ୍କୋର ୨୧୨ରେ ଗୋଟିଏ ହେଲେ ରନ ଯୋଗ କରି ପାରି ନ ଥିବାବେଳେ ଏହାର ଅବଶିଷ୍ଟ ୩ ଉଇକେଟ ହରାଇଥିଲା। ପାକିସ୍ତାନ ରବିବାର ଶ୍ରୀଲଙ୍କା ବିପକ୍ଷରେ ୪୭୬ରନର କଷ୍ଟସାଧ୍ୟ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ପାକିସ୍ତାନର ସ୍ବଳ୍ପ ବୟସ୍କ ବୋଲର ନସିମ୍‌ ଶାହ (୧୬ ବର୍ଷ ଓ ୩୦୭ ଦିନ) ଚମତ୍କାର ବୋଲିଂ କରି ୩୧ରନ ବିନିମୟରେ ୫ ଉଇକେଟ ହାସଲ କରିଥିଲେ। ଏକ ଟେଷ୍ଟ ଇନିଂସରେ ୫ ଉଇକେଟ ହାସଲ କରିବାରେ ସେ ପାକିସ୍ତାନର ଦ୍ୱିତୀୟ ସର୍ବକନିଷ୍ଠ ବୋଲର ବିବେଚିତ ହୋଇଛନ୍ତି। ପାକିସ୍ତାନର ସର୍ବକନିଷ୍ଠ ବୋଲର ଭାବେ ଗୋଟିଏ ଇନିଂସରେ ୫ ଉଇକେଟ ସଫଳତା ରେକର୍ଡ ବାମହାତୀ ସ୍ପିନର ନାସିମ ଉଲ୍‌ ଘାନିଙ୍କ ନାମରେ ରହିଛି। ଶାହଙ୍କଠାରୁ ଘାନି ବୟସରେ ୪ ଦିନ ସାନ। ୧୯୫୭-୫୮ରେ ଜର୍ଜଟାଉନ୍‌ଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ସେ ଏହି ସଫଳତା ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର
ପାକିସ୍ତାନ ପ୍ରଥମ ଇନିଂସ: ୧୯୧
ଶ୍ରୀଲଙ୍କା ପ୍ରଥମ ଇନିଂସ: ୨୭୧
ପାକିସ୍ତାନ ଦ୍ୱିତୀୟ ଇନିଂସ: ୫୫୫/୩
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୨୧୨ ( ଓସାଡା ଫର୍ନାଣ୍ଡୋ-୧୦୨, ନିରୋଶାନ ଡିକ୍‌ଓ୍ବେଲା-୬୫, ନସିମ ଶାହ-୫/୩୧, ୟାସିର ଶାହ-୨/୮୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri