ପାକିସ୍ତାନୀ ଟ୍ରୋଲର୍‌ଙ୍କୁ ଅଦନାନ୍‌ଙ୍କ ଜବାବ: କଶ୍ମୀର ଭାରତର ପ୍ରମୁଖ ଅଂଶ, ଯାହା ତୁମର ନୁହେଁ ସେଥିରେ ମୁଣ୍ଡ ଖେଳାଅ ନାହିଁ

ମୁମ୍ବାଇ: କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ଟ୍ରୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି ଗାୟକ ଅଦନାନ୍‌ ସାମୀ। ଏହା ଭାରତର ଏକ ପ୍ରମୁଖ ଅଂଶ। ଯାହା ତୁମର ନୁହେଁ, ସେଥିରେ ମୁଣ୍ଡ ଖେଳାଇବା ଉଚିତ ନୁହେଁ ବୋଲି ଜଣେ ପାକିସ୍ତାନୀ ଟ୍ରୋଲର୍‌ଙ୍କୁ ଜବାବ ଦେଇ କହିଛନ୍ତି ଅଦନାନ।

୨୦୧୬ରେ ଭାରତର ନାଗରିକତ୍ୱ ହାସଲ କରିଛନ୍ତି ଅଦନାନ୍‌।  ତାଙ୍କୁ ଅନେକ ସମୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ସମାଲୋଚିତ ହେବାକୁ ପଡ଼ିଥାଏ। ହେଲେ ସେ ସର୍ବଦା ଭାରତ ସପକ୍ଷରେ ଛିଡ଼ା ହୋଇଥାନ୍ତି। ତେବେ ଗୁରୁବାର ପାକିସ୍ତାନର ଜଣେ ଟୁଇଟର ବ୍ୟବହାରକାରୀ ଅଦନାନ୍‌ ଯଦି ସାହସ ଅଛି ତେବେ କଶ୍ମୀର ପ୍ରସଙ୍ଗରେ କିଛି କହିକି ଦେଖ, ପୁଣି ଦେଖ ତୁମର ଭାରତ ତୁମର କ’ଣ ଅବସ୍ଥା କରୁଛି ବୋଲି କହିଥିଲେ। ଏହାର ଜବାବ ଦେଇ ଅଦନାନ କହିଥିଲେ, ନିଶ୍ଚିତ। କଶ୍ମୀର ଭାରତର ଏକ ପ୍ରମୁଖ ଅଂଶ। ଯାହା ତୁମର ନୁହେଁ ସେଥିରେ ମୁଣ୍ଡ ଖେଳାଅ ନାହିଁ। ଅଦନାନ୍‌ଙ୍କ ଏପରି ଜବାବ ଅନେକେ ପାକିସ୍ତାନୀ ଟୁଇଟର ବ୍ୟବହାରକାରୀଙ୍କୁ କ୍ଷୁବ୍ଧ କରିଥିବା ବେଳେ ଭାରତୀୟମାନେ ଏହାକୁ ଶ୍ରେଷ୍ଠ ଉତ୍ତର ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?