Posted inଖେଳ

ପାକିସ୍ତାନ ଗସ୍ତ କରିବାକୁ ଚାହୁଁ ନାହାନ୍ତି ସିନିୟର ଶ୍ରୀଲଙ୍କା କ୍ରିକେଟର

କଲମ୍ବୋ,୩୦।୮: ଆସନ୍ତା ସେପ୍ଟେମ୍ବର ଓ ଅକ୍ଟୋବର ମଧ୍ୟରେ ପାକିସ୍ତାନ ଗସ୍ତରେ ଆସି ଶ୍ରୀଲଙ୍କା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ ଖେଳିବ। ଏହି ସିରିଜ୍‌ରେ ଶ୍ରୀଲଙ୍କାର ସିନିୟର କ୍ରିକେଟର ଅଂଶଗ୍ରହଣ କରିବାକୁ ଚାହୁଁ ନାହାନ୍ତି। ଏ ନେଇ ପାକିସ୍ତାନର ଉର୍ଦ୍ଦୁ ନ୍ୟୁଜ ଚାନେଲ ‘ଏକ୍ସପ୍ରେସ ନ୍ୟୁଜ’ର ଓ୍ବେବସାଇଟ୍‌ରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ ଅଛି ଯେ, ଶ୍ରୀଲଙ୍କାର ଉଇକେଟକିପର ବ୍ୟାଟ୍ସମ୍ୟାନ ନିରୋଶାନ ଡିକଓ୍ବେଲା ଓ ଅଲରାଉଣ୍ଡର ଥିସାରା ପେରେରା ଏହି ସିରିଜ୍‌ରେ ଅଂଶଗ୍ରହଣ କରିବାକୁ ଇଚ୍ଛୁକ ନୁହନ୍ତି। ଏମାନଙ୍କ ବ୍ୟତୀତ ଆହୁରି ଖେଳାଳି ସିରିଜ୍‌ରୁ ଓହରିବାକୁ ଚାହୁଁଛନ୍ତି। ହେଲେ ସେମାନଙ୍କ ନାମ ସ୍ପଷ୍ଟ ହୋଇ ନାହିଁ। ଉଭୟ ଡିକଓ୍ବେଲା ଓ ପେରେରା କାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଆସନ୍ତା ୪ରୁ ଅକ୍ଟୋବର ୧୨ ପର୍ଯ୍ୟନ୍ତ ଖେଳିବାକୁ ଚାହାନ୍ତି। ଏଥିନେଇ ଦୁହେଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲସି) ଠାରୁ ଅନୁମତି ମାଗିଛନ୍ତି। ଉଲ୍ଲେଖଥାଉ କି, ୨୦୦୯ରେ ଗଦ୍ଦାଫି ଷ୍ଟାଡିୟମ୍‌ ଯାଉଥିବାବେଳେ ଶ୍ରୀଲଙ୍କା ଦଳର ବସ୍‌ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri