Posted inଜାତୀୟ

ପାକିସ୍ତାନ ପାଇଁ ଗୁପ୍ତଚରୀ: ୯ ବର୍ଷରେ ୩୨ ସେନା ଓ ବିଏସ୍‌ଏଫ୍‌ ଯବାନ ଗିରଫ

ଯୋଧପୁର,୧୯।୧: ଗତ ୯ ବର୍ଷରେ ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଭାରତର ୩୨ ସେନା ଓ ବିଏସ୍‌ଏଫ୍‌ ଯବାନଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ୨୦୧୯ରେ ସର୍ବାଧିକ ୧୩ଙ୍କୁ ଏହି ଅଭିଯୋଗରେ ଗିରଫ କରାଯାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ସେନାର ସର୍ବାଧିକ ୧୫ ,ନୌସେନାର ୭, ବାୟୁସେନାର ୨, ବିଏସ୍‌ଏଫ୍‌ର ୪ ଯବାନ ରହିଛନ୍ତି। ଅଭିଯୁକ୍ତଙ୍କ ମଧ୍ୟରେ ୩ ଜଣ ଏକ୍ସ ସର୍ଭିସ୍‌ମ୍ୟାନ୍‌ ରହିଛନ୍ତି। ଅଧିକ ଯବାନ ସୋସିଆଲ୍‌ ମିଡ଼ିଆରେ ହନିଟ୍ରାପ୍‌ର ଶିକାର ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ସେମାନେ ପାକିସ୍ତାନକୁ ପରମାଣୁ ବୁଡ଼ାଜାହାଜ ସମେତ କ୍ଷେପଣାସ୍ତ୍ର ସମ୍ପର୍କିତ ବହୁ ସମ୍ବେଦନଶୀଳ ତଥ୍ୟ ପ୍ରଦାନ କରିଛନ୍ତି। ଦେଶର ସୁରକ୍ଷା କାର୍ଯ୍ୟରେ ମୁତୟନ ଥିବା ବହୁ ବ୍ୟକ୍ତି ନିଯୁକ୍ତି ପୂର୍ବରୁ ଆତଙ୍କବାଦୀଙ୍କ ଯୋଗାଯୋଗରେ ରହିଥାନ୍ତି। ପରବର୍ତ୍ତି ସମୟରେ ସେମାନେ ଏଭଳି କାର୍ଯ୍ୟ କରିଥାନ୍ତି ବୋଲି ବ୍ରିଗେଡ଼ିୟର ରବିନ୍ଦ୍ର କୁମାର କହିଛନ୍ତି। ତେବେ ସେନାରେ ନିଯୁକ୍ତି ସମୟଠାରୁ ଶତ୍ରୁପକ୍ଷ ଯବାନଙ୍କ ଏଭଳି କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଉଦ୍ୟମ ଆରମ୍ଭ କରିଥାନ୍ତି। ଏସମ୍ପର୍କରେ ଅଜଣା ଥିବା କିଛି ଯବାନଙ୍କୁ ଶତ୍ରୁ ସହଜରେ ଫଶାଇ ଦେଇଥାନ୍ତି ବୋଲି ସେ କହିଛନ୍ତି। ତେବେ ସେନା କୋର୍ଟରେ ଏନେଇ ଦୋଷୀଙ୍କ କ୍ଷେତ୍ରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଦଣ୍ଡ ବିଧାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri