ପାକିସ୍ତାନ ବନ୍ୟାରେ ୩୦ ବିଲିୟନ ଡଲାର କ୍ଷତି

ଇସ୍‌ଲାମାବାଦ,୧୦।୯: ପାକିସ୍ତାନରେ ଲଗାଣ ବର୍ଷା ଜନିତ ପ୍ରଳୟଙ୍କରୀ ବନ୍ୟାରେ ୩୦ ବିଲିୟନ ଡଲାର ମୂଲ୍ୟର କ୍ଷୟକ୍ଷତି ହୋଇଥିବା ସରକାର ଆକାଳନ କରିଛନ୍ତି। ଶୁକ୍ରବାର ବନ୍ୟାଞ୍ଚଳ ଗସ୍ତରେ ଆସିଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପାକିସ୍ତାନକୁ ପର୍ଯ୍ୟାପ୍ତ ସହାୟତା ଯୋଗାଇଦେବା ଲାଗି ସାରା ବିଶ୍ୱକୁ ଅନୁରୋଧ କରିଛନ୍ତି। ରେକର୍ଡ ପରିମାଣର ମୌସୁମୀ ବର୍ଷା ସାଙ୍ଗକୁ ଉତ୍ତରାଞ୍ଚଳ ପର୍ବତରେ ଥିବା ଗ୍ଲେସିୟର ତରଳିବାରୁ ପାକିସ୍ତାନର ବ୍ୟାପକ ଅଞ୍ଚଳରେ ବନ୍ୟାପ୍ଳାବିତ ହୋଇଥିଲା। ଏଥିରେ ୧,୩୯୧ ଜଣଙ୍କ ମୃତ୍ୟୁ ଘଟିବା ସହ ବହୁ ଘରଦ୍ୱାର, ରାସ୍ତା, ରେଳଧାରଣା, ବ୍ରିଜ୍‌ ଭାଙ୍ଗିଛି। ବ୍ୟାପକ ଅଞ୍ଚଳରେ ଫସଲ ନଷ୍ଟ ହେବା ସହ ବହୁ ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ହୋଇଛି। ଏବେ ବି ବହୁ ଅଞ୍ଚଳ ଜଳମଗ୍ନ ଥିବାରୁ ଲକ୍ଷ ଲକ୍ଷ ଲୋକ ବାସହରା ହୋଇ ବିଭିନ୍ନ ସ୍ଥାନରେ ଆଶ୍ରୟ ନେଇଛନ୍ତି। ବନ୍ୟାରେ ୩୩ ନିୟୁତ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ବନ୍ୟା ପାଇଁ ପାକ୍‌ ସରକାର ଏବଂ ଜାତିସଂଘ ମୁଖ୍ୟ ଜଳବାୟୁ ପରିବର୍ତ୍ତନକୁ ଦାୟୀ କରିଛନ୍ତି। ଦୁଇଦିନିଆ ଗସ୍ତରେ ଆସିଥିବା ଗୁଟେରେସ୍‌ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ସହ ଆଲୋଚନା ପରେ ଇସ୍‌ଲାମାବାଦରେ ଏକ ମିଳିତ ଖବରଦାତା ସମ୍ମିଳନୀରେ ଅନ୍ତର୍ଜାତୀୟ ସମୁଦାୟଙ୍କୁ ସହାୟତା ପାଇଁ ନିବେଦନ କରିଥିଲେ। ଯେଉଁ ଦେଶଗୁଡ଼ିକ ଜଳବାୟୁ ପରିବର୍ତ୍ତନ ଲାଗି ଦାୟୀ ସେମାନଙ୍କ ଉପରେ ପ୍ରକୃତି ଦାଉ ସାଧିବା ପରିବର୍ତ୍ତେ ପାକିସ୍ତାନ ଭଳି ଦେଶରେ ବିପର୍ଯ୍ୟୟ ଘଟାଉଛି ବୋଲି ଗୁଟେରେସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri