Posted inଖେଳ

ପାକିସ୍ତାନ ବିଶ୍ୱକପ୍‌ ଦଳରେ ଅମିର, ଓ୍ବାହବ

ଇସ୍‌ଲାମବାଦ,୨୦।୫- ଇଂଲଣ୍ଡରେ ଖେଳାଯିବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ପିସିବି ୧୫ ଜଣିଆ ପାକିସ୍ତାନ ଦଳ ଘୋଷଣା କରିଛି। ଏହି ଦଳରେ ମହମ୍ମଦ ଅମିର, ଓ୍ବାହବ ରିଆଜ ଓ ଅସିଫ ଅଲି ସ୍ଥାନ ପାଇଛନ୍ତି। ତିନିଜଣ ଖେଳାଳି ସମ୍ଭାବ୍ୟ ଦଳରେ ସ୍ଥାନ ପାଇ ନ ଥିଲେ ମଧ୍ୟ ଚୂଡ଼ାନ୍ତ ଦଳରେ ସ୍ଥାନ ମିଳିଛି। ଝିଅ ନୁର୍‌ ଫତିମାଙ୍କ ମୃତ୍ୟୁ ଯୋଗୁ ସ୍ବଦେଶ ଫେରିଛନ୍ତି ଅଲି। ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମ ଶେଷ ହେବା ପରେ ସେ ଦଳ ସହ ଯୋଗଦେବେ। ଏ ନେଇ ମୁଖ୍ୟ ଚୟନକର୍ତ୍ତା ଇଞ୍ଜମାମ ଉଲ୍‌ ହକ୍‌ ସୋମବାର କହିଛନ୍ତି। ଚିକେନ ପକ୍ସରେ ପୀଡ଼ିତ ଥିଲେ ମଧ୍ୟ ଅମିରଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଛି। ନିକଟରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଦିନିକିଆ ସିରିଜରେ ପାକିସ୍ତାନ ବୋଲରମାନେ ସମ୍ପୂର୍ଣ୍ଣ ବିଫଳ ହେବା ପରେ ଅମିରଙ୍କୁ ଡାକରା ଦିଆଯାଇଛି। ଦଳରେ ଅଭିଜ୍ଞ ବୋଲରଙ୍କ ଅଭାବରୁ ଓ୍ବାହବ ସ୍ଥାନ ପାଇଛନ୍ତି। ୩୩ ବର୍ଷୀୟ ରିଆଜ ୨୦୧୧ଓ ୨୦୧୫ ଦୁଇଟି ବିଶ୍ୱକପ୍‌ ଖେଳିଛନ୍ତି। ମୋଟ ୭୯ ମ୍ୟାଚ୍‌ ଖେଳିଥିବା ବୋଲର ୨ ବର୍ଷ ପୂର୍ବେ ଭାରତ ବିପକ୍ଷରେ ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। ଅନ୍ୟପକ୍ଷରେ ଦଳରୁ ଜୁନେଦ ଖାଁ, ଅଲରାଉଣ୍ଡର ଫହିମ ଅଶର୍ଫ ଓ ଓପନର ଆବିଦ ଅଲି ବାଦ୍‌ ପଡ଼ିଛନ୍ତି। ଜୁନେଦ କ୍ରମାଗତ ୩ୟ ଥର ପାଇଁ ଦୁର୍ଭଗ୍ୟଜନକ ଭାବେ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇନାହାନ୍ତି। ରକ୍ତଜନିତ ରୋଗରେ ପୀଡ଼ିତ ଲେଗ୍‌ ସ୍ପିନର ଶାଦାବ ଖାଁ ପରେ ଜାତୀୟ ଦଳରେ ଯୋଗଦେବେ।
ପାକିସ୍ତାନ ଦଳ: ଶର୍ଫରାଜ ଅହମ୍ମଦ (ଅଧିନାୟକ), ଫଖର ଜାମନ, ଇମାମ ଉଲ୍‌ ହକ୍‌, ବାବର ଆଜାମ, ହାରିସ ସୋହେଲ, ମହମ୍ମଦ ହାଫିଜ, ଶୋଏବ ମଲିକ, ଅସିଫ ଅଲି, ଇମାଦ ଓ୍ବାସିମ, ଶାଦାବ ଖାଁ, ମହମ୍ମଦ ଅମିର, ମହମ୍ମଦ ହୋସନାନ, ହାସନ ଅଲି, ଓ୍ବାହାବ ରିଆଜ ଓ ଶାହିନ ଆଫ୍ରିଦୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?