Posted inଖେଳ

ପାକିସ୍ତାନ ହକି ମହାସଂଘକୁ ଏଫ୍‌ଆଇଏଚ୍‌ର ଜରିମାନା

କରାଚୀ, ୧୮ା୪ (ପି.ଟି.)- ପ୍ରତିଶ୍ରୁତି ଦେଇ ମଧ୍ୟ ପ୍ରୋ-ଲିଗ୍‌  ମ୍ୟାଚ ପାଇଁ  ଦଳ ପଠାଇ ନ ଥିବାରୁ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପାକିସ୍ତାନ ହକି ମହାସଂଘକୁ ୧୭୦,୦୦୦ ୟୁରୋ ଜରିମାନା କରିଛି।  ପାକିସ୍ତାନ ଏହାର ପ୍ରୋ-ଲିଗ୍‌ ମ୍ୟାଚଗୁଡ଼ିକ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଖେଳିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ପିଏଚ୍‌ଏଫ୍‌ ଆର୍ଥିକ ସଙ୍କଟରେ ଥିବାରୁ ବର୍ତ୍ତମାନ ପରିସ୍ଥିତିରେ ସମ୍ପୂର୍ଣ୍ଣ ଜରିମାନା ଦେବାକୁ ଅସମର୍ଥ। ଜରିମାନାର ପରିମାଣ ହ୍ରାସ କରିବା ସହ କିସ୍ତିରେ ଜମା କରିବା ଲାଗି ଅନୁମତି ଦେବା ଲାଗି ପିଏଚ୍‌ଏଫ୍‌ ସାଧାରଣ ସମ୍ପାଦକ ଶାହବାଜ ଅହମ୍ମଦ ଏଫ୍‌ଆଇଏଚ୍‌କୁ ଅନୁରୋଧ କରିଥିବା ବୁଧବାର ସୂଚନା ଦେଇଛନ୍ତି। ଏଫ୍‌ଆଇଏଚ୍‌ ଜୁନ୍‌ ୨୦ ସୁଦ୍ଧା ଜରିମାନା ଦାଖଲ କରିବା ଲାଗି ପିଏଚ୍‌ଏଫ୍‌କୁ ନିର୍ଦ୍ଦେଶ ଦେଇଛି। ତା’ନ ହେଲେ ଜରିମାନା ପରିମାଣ ଦୁଇ ଗୁଣା ହୋଇଯିବ। ଗତ ଡିସେମ୍ବରରେ ଭାରତରେ ଅନୁଷ୍ଠିତ ବିଶ୍ୱକପ୍‌ରେ ପାକିସ୍ତାନ ହକି ଦଳ ୧୧ଶ ସ୍ଥାନରେ ରହିଥିଲା। ଦଳର ଏହି ପ୍ରଦର୍ଶନ ଉପରେ ପାକିସ୍ତାନ ସରକାର ପିଏଚ୍‌ଏଫ୍‌ ଉପରେ ବିରକ୍ତି ପ୍ରକାଶ କରିବା ସହ ମହାସଂଘକୁ ଆଉ ପାଣ୍ଠି ଦେବା ଲାଗି ମନା କରିଦେଇଥିଲେ। ପାଣ୍ଠି ଅଭାବରୁ ଏପ୍ରିଲ ୨୦ରେ କରାଚୀଠାରେ ହେବାକୁ ଥିବା ଜାତୀୟ ହକି ଚାମ୍ପିୟନଶିପ୍‌କୁ ବାତିଲ କରିବା ଲାଗି ପିଏଚ୍‌ଏଫ୍‌ ବାଧ୍ୟ ହୋଇଛି। ଶାହବାଜ ଏଫ୍‌ଏଆଇଏଚ୍‌ କାର୍ଯ୍ୟନିର୍ବାହୀ ବୋର୍ଡର ଜଣେ ସଦସ୍ୟ ଅଟନ୍ତି, ଯାହାର ମୁଖ୍ୟ ଭାରତର ନରିନ୍ଦର ବାତ୍ରା ଅଛନ୍ତି।  ବିଶ୍ୱକପ୍‌ ବିପର୍ଯ୍ୟୟ ପରେ ସେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ। ମାତ୍ର ପିଏଚ୍‌ଏଫ୍‌ ସଭାପତି ବ୍ରିଗେଡିୟର (ଅବସରପ୍ରାପ୍ତ) ଖଲିଦ ସାଜିଦ ଖୋକାର ଅଗ୍ରାହ୍ୟ କରିଦେଇଥିଲେ। ଫଳରେ ସେ ତାଙ୍କ ପଦବୀକୁ ଫେରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ସଙ୍କଟରେ ଏହି ୭ ଭାରତୀୟ ଖେଳାଳିଙ୍କ କ୍ୟାରିୟର: ଟିମ ଇଣ୍ଡିଆକୁ ଫେରିବା ରାସ୍ତା କଷ୍ଟକର, ଲିଷ୍ଟରେ ଅଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚରେ ଟି-୨୦ ସିରିଜକୁ ନେଇ କ୍ରିକେଟ ମହଲରେ ଚର୍ଚ୍ଚା ଜୋର ଧରିଛି। ବିସିସିଆଇ ସେପ୍ଟେମ୍ବର ୧ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri