Posted inଖେଳ

ପାକ୍‌ ପୂର୍ବତନ ଅଧିନାୟିକା ସାନା ମୀରଙ୍କ ଅବସର

କରାଚି,୨୫।୪(ପି.ଟି.): ପାକିସ୍ତାନ ପୂର୍ବତନ ମହିଳା ଦଳ ଅଧିନାୟିକା ସାନା ମୀର ଅବସର ନେଇଛନ୍ତି। ଶନିବାର ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି ବୋଲି ଘୋଷଣା କରିଛନ୍ତି। ଫଳରେ ଦୀର୍ଘ ୧୫ ବର୍ଷର ସଫଳ କ୍ୟାରିୟରର ଅନ୍ତ ଘଟିଛି। କ୍ୟାରିୟରରେ ୩୪ ବର୍ଷୀୟ ସାନା ୨୨୬ଟି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ଏଥିମଧ୍ୟରୁ ସେ ୧୩୭ଟି ମ୍ୟାଚ୍‌ର ନେତୃତ୍ୱ ନେଇଥିଲେ। ୨୦୦୯ରୁ ୨୦୧୭ ମଧ୍ୟରେ ସେ ପାକିସ୍ତାନ ମହିଳା ଦଳର ନେତୃତ୍ୱ ନେଇଥିଲେ। ଏବେ ଅବସର ନେବାର ପ୍ରକୃତ ସମୟ। କ୍ରିକେଟ ଓ ପାକିସ୍ତାନ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଚେଷ୍ଟା କରିଆସିଛି। ପାକିସ୍ତାନ ପାଇଁ ଖେଳିବା ଓ ନେତୃତ୍ୱ ନେବା ସମ୍ମାନର ବଷୟ ବୋଲି ସେ କହିଛନ୍ତି। ଏହି ଅବସରରେ ସେ ସପୋର୍ଟ ଷ୍ଟାଫ୍‌, ଖେଳାଳି, ଗ୍ରାଉଣ୍ଡ ଷ୍ଟାଫ୍‌ ଓ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମୋର ସଫଳ କ୍ୟାରିୟର ପଛରେ ଏମାନଙ୍କର ହାତ ରହିଛି ବୋଲି ସେ କହିଛନ୍ତି। ନିଜ ପରିବାର, ପ୍ରଶଂସକ, ମେଣ୍ଟର ଓ ଅନ୍ୟମାନଙ୍କୁ ମଧ୍ୟ ସେ ଧନ୍ୟବାଦ ଜଣାଇଛନ୍ତି।
ଜଣେ ଅଫ୍‌ ସ୍ପିନର ଭାବେ ସାନା ଦିନିକିଆରେ ୧୨୦ଟି ମ୍ୟାଚ୍‌ ଖେଳି ୨୪.୨୭ ହାରରେ ଦଳ ପାଇଁ ସର୍ବାଧିକ ୧୫୧ଟି ଉଇକେଟ ହାସଲ କରିଛନ୍ତି। ସେହିପରି ସେ ୧୦୬ଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳି ୮୯ ଉଇକେଟ ହାସଲ କରିଛନ୍ତି। ତେବେ ଅନ୍ୟତମ ପାକ୍‌ ମହିଳା ବୋଲର ୯୮ ଉଇକେଟ ନେଇ ଆଗରେ ରହିଛନ୍ତି। ସେ ମଧ୍ୟ ଦିନିକିଆରେ ପାକିସ୍ତାନର ତୃତୀୟ ସର୍ବାଧିକ ରନ୍‌ ସ୍କୋର ସାବ୍ୟସ୍ତ ହୋଇଛନ୍ତି। ସେ ଦିନିକିଆରେ ୧, ୬୩୦ ରନ ସଂଗ୍ରହ କରିଛନ୍ତି। ଦିନିକିଆରେ ୧୦୦୦ ରନ ସଂଗ୍ରହ କରିବା ସହ ୧୦୦ ଉଇକେଟ ନେଇ ସେ ଏକ ବିରଳ ସଫଳତା ଅର୍ଜନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଓ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ସଫଳ କ୍ୟାରିୟର ପାଇଁ ପିସିବି ମୁଖ୍ୟ କାର୍ଯ୍ୟ ନିର୍ବାହୀ ଓ୍ବାସିମ ଖାନ୍‌ ମଧ୍ୟ ସାନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri