ପାକ୍‌ ରାଜନୈତିକ ଦଳଗୁଡ଼ିକୁ କୁରେଶୀଙ୍କ ଆହ୍ବାନ: କଶ୍ମୀର ପ୍ରସଙ୍ଗରେ ଏକ ହୁଅ

ଇସ୍‌ଲାମାବାଦ, ୧୩ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ସବୁ ରାଜନୈତିକ ଦଳ ଏକ ହେବାକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ କୁରେଶୀ ଆହ୍ବାନ କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରର ମୁରାଦାବାଦ୍‌ଠାରେ ଇଦ୍‌ ପାଳନ ଅବସରରେ ସେ ଯୋଗଦେଇ କହିଛନ୍ତି, କଶ୍ମୀର ପଛରେ ସାରା ପାକିସ୍ତାନ ଓ ଏହାର ସମସ୍ତ ରାଜନୈତିକ ନେତୃବୃନ୍ଦ ଅଛନ୍ତି। ଅଗଷ୍ଟ ୧୪ରେ କଶ୍ମୀର ସମର୍ଥନରେ ଏକ ପ୍ରତିଧ୍ୱନି ଶୁଣାଯିବ। ଏହି ଦିନକୁ କଶ୍ମୀର ଏକତା ଦିବସ ଭାବେ ପାକିସ୍ତାନ ପାଳନ କରିବ। ଭାରତ ୩୭୦ ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ କରିବା ବିରୋଧରେ ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରାଯିବ ବୋଲି କୁରେଶୀ ପ୍ରକାଶ କରିଛନ୍ତି। ଏକାଠି ହେବା ପରିବର୍ତ୍ତେ ରାଜନୀତି କରାଗଲେ ସବୁ ବେକାର ହୋଇଯିବ ବୋଲି ସେ ସତର୍କ କରାଇଦେଇଛନ୍ତି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଆମକୁ ଏକହୋଇ ସ୍ବର ଉଠାଇବାକୁ ପଡ଼ିବ ବୋଲି କୁରେଶୀ କହିଛନ୍ତି। ପ୍ର୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅଗଷ୍ଟ ୧୪ରେ ପିଓକେ ଗସ୍ତ କରି ଏହାର ବିଧାନସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। କଶ୍ମୀର ପ୍ରସଙ୍ଗକୁ ଜାତିସଂଘ ସୁରକ୍ଷା ପରିଷଦକୁ ନେବା ଲାଗି ପାକିସ୍ତାନ ସ୍ଥିର କରିଛି ଓ ଚାଇନା ଏଥିଲାଗି ପୂର୍ଣ୍ଣ ସମର୍ଥନ ଦେବ ବୋଲି କହିଥିବା କୁରେଶୀ ଏହି ଅବସରରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri