ପାଗଳା କୁକୁର କାମୁଡାରେ ୧୫ ଆହତ

ଖଇରା, ୧୩।୧୦(ଡି.ଏନ.ଏ.)-ଖଇରା ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡାରେ ୧୫ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ଆହତ ହୋଇଛନ୍ତି। ଡୁଙ୍ଗୁରା ପଞ୍ଚାୟତ ବାରାହାପୁର ଗ୍ରାମରେ କୁକୁର କାମୁଡାରେ ଶିଶୁ ସମେତ ୬ ଜଣ ଗୁରୁତର ହୋଇଛନ୍ତି।
ପାଗଳ କୁକୁର ଗୁରୁବାର ସକାଳ ସମୟରେ ପ୍ରଥମେ ଏକ ଛୋଟ ପିଲାକୁ କାମୁଡିଥିଲା। ତାପରେ ଗୋଡାଇ ଗୋଡାଇ ଦିନବନ୍ଧୁ ମାଝି, ହରପ୍ରିୟା ସାହୁ ,ଜ୍ୟୋତିର୍ମୟୀ ମାଝି ଓ ପାର୍ଥସାରଥି ନାୟକଙ୍କ କାମୁଡିଥିଲା। ୨ଜଣଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ସେହିପରି ଜଳଙ୍ଗ ଗ୍ରାମରେ କୁକୁର ପଶିଯାଇ କାଳନ୍ଦୀ ଦାସ, ନରୋତ୍ତମ ନାୟକ, ପ୍ରଶାନ୍ତ ଦାସ ଓ ବାବୁଲି ଦାସଙ୍କୁ କାମୁଡିଥିଲା। ଅଚ୍ୟୁତପୁର ପଞ୍ଚାୟତ ଓହଡ ଗ୍ରାମରେ ଜମ୍ବୁବତି ସାହୁ, ନିରଞ୍ଜନ ସାହୁ, ସୁମନ ମଣ୍ଡଳ ଓ ଦେବେନ୍ଦ୍ର ପାଢୀ କୁକୁର କାମୁଡାରେ ଗୁରୁତର ହୋଇ ଖଇରା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମେଡିକାଲରେ ପର୍ଯ୍ୟାପ୍ତ କୁକୁର କାମୁଡା ଇଞ୍ଜେକଶନ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ଏ ବିଷୟରେ ସିଡିଏମଓ ବାନାର୍ଜୀ ପ୍ରସାଦ ଛୋଟରାଏଙ୍କୁ ପଚାରିବାରୁ ଆବଶ୍ୟକ ଅନୁଯାୟୀ ଇଞ୍ଜେକଶନ ଯୋଗାଣ କମ୍ପାନୀ ଯୋଗାଇ ନ ଥିବାରୁ ସମସ୍ୟା ଦେଖାଦେଇଛି ବୋଲି କହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri