ପାଗ ବିଗାଡ଼ିଦେଲା ବିଜ୍ଞାନ କେନ୍ଦ୍ରର ସବୁ ଆୟୋଜନ: ସୂର୍ଯ୍ୟୋପରାଗ ଦେଖିବାରୁ ଛାତ୍ରୀଛାତ୍ର ବଞ୍ଚିତ

ଢେଙ୍କାନାଳ ଅଫିସ,୨୭ା୧୨- ଢେଙ୍କାନାଳ ଜିଲା ବିଜ୍ଞାନକେନ୍ଦ୍ରରେ ସମସ୍ତ ବ୍ୟବସ୍ଥା ସତ୍ତ୍ୱେ ଗୁରୁବାର ମେଘୁଆପାଗ ଯୋଗୁ ଆସିଥିବା ସ୍କୁଲ, କଲେଜ ଛାତ୍ରୀଛାତ୍ର ଟେଲିସ୍କୋପ୍‌ ଯୋଗେ ସୂର୍ଯ୍ୟୋପରାଗ ଦେଖିବାରୁ ବଞ୍ଚିତ ହୋଇଛନ୍ତି। ପ୍ରାୟ ଦେଢଘଣ୍ଟା ଧରି ଲମ୍ବା ଧାଡିରେ ଛିଡାହୋଇ ଥିଲେ ବି ଶେଷରେ ନିରାଶ ହୋଇ ସେମାନେ ଫେରିଯାଇଥିଲେ।
ପ୍ରକାଶ ଯେ, ଚଳିତବର୍ଷ ସୂର୍ଯ୍ୟୋପରାଗ ଦେଖିବା ପାଇଁ ଜିଲା ବିଜ୍ଞାନ କେନ୍ଦ୍ର ବାହାରେ କର୍ତ୍ତୃପକ୍ଷ ଟେଲିସ୍କୋପ୍‌ ଓ ସ୍କ୍ରିନ୍‌ ବ୍ୟବସ୍ଥା କରିଥିଲେ। ଏଥିପାଇଁ ସକାଳୁ କେନ୍ଦ୍ରର ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ନିଜେ ପ୍ରସ୍ତୁତ ହୋଇ ରହିଥିଲେ। ପୂର୍ବରୁ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏ ସମ୍ପର୍କରେ ବିଭିନ୍ନ ସୋସିଆଲ ମିଡିଆରେ ପ୍ରଚାର ପ୍ରସାର କରାଯାଇଥିବାରୁ ସୂର୍ଯ୍ୟୋପରାଗ ଦେଖିବା ପାଇଁ ଗୁରୁବାର ସକାଳ ସାଢ଼େ ୭ଟା ବେଳକୁ ସ୍କୁଲ, କଲେଜ ଛାତ୍ରୀଛାତ୍ର ମାନଙ୍କ ବେଶ୍‌ ଗହଳି ଲାଗିଥିଲା। କିନ୍ତୁ ମେଘୁଆ ପାଗ ଲାଗି ରହିବା ଯୋଗୁ ସୂର୍ଯ୍ୟୋପରାଗ ଟେଲିସ୍କୋପ ମାଧ୍ୟମରେ ଦୃଶ୍ୟମାନ ହେଲାନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri