ଢେଙ୍କାନାଳ ଅଫିସ, ୧୨ା୬- ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍ ମିଲ ପାଚେରି ଭୁଶୁଡ଼ି ୪ଜଣ ବ୍ୟବସାୟୀଙ୍କ ମୃତ୍ୟୁ ଘଟିବା ପରେ ତତ୍ପର ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ଭବିଷ୍ୟତରେ ଯେପରି ଏଭଳି ଘଟଣାର ପୁନରାବୃତ୍ତି ନ ହୁଏ ସେ ନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏ ନେଇ ମଙ୍ଗଳବାର ଗଣମାଧ୍ୟମକୁ ସବିଶେଷ ସୂଚନା ଦେଇଛନ୍ତି ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ।
ସହରରେ ବିପଦସଙ୍କୁଳ ଅବସ୍ଥାରେ ଥିବା ସମସ୍ତ ବ୍ୟକ୍ତିଗତ ଘର, କୋଠା, ଅଟ୍ଟାଳିକା, ସରକାରୀ କାର୍ଯ୍ୟାଳୟକୁ ସିଆରପିସିର ୧୩୩ ଧାରା ଅନୁଯାୟୀ ଭଙ୍ଗାଯିବ। ଆବଶ୍ୟକ ପଡ଼ିଲେ ଉଚ୍ଛେଦ ମଧ୍ୟ କରାଯିବ। ଏଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ କମିଟି ଗଠନ କରାଯିବ। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ, ଜଣେ କନିଷ୍ଠଯନ୍ତ୍ରୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ଉକ୍ତ କମିଟିରେ ରହିବେ। କନିଷ୍ଠଯନ୍ତ୍ରୀ ସରଜମିନ ତଦନ୍ତ କରି ରିପୋର୍ଟ ଦେବେ। ଏହାକୁ ଆଧାର କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି। ଜିଲାପାଳ ଆହୁରି ମଧ୍ୟ କହିଛନ୍ତି, ଟାଉନପ୍ଲାନିଂ ନିୟମ ଅନୁଯାୟୀ ହାଟରୋଡ ନିକଟରେ ବନ୍ଦ ହୋଇପଡ଼ିଥିବା ରାଇସ୍ମିଲ ଉକ୍ତ ଅଞ୍ଚଳରେ ହେବା କଥା ନୁହେଁ। ଏ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ୧୩୩ ସିଆରପିସି ଧାରା ମଧ୍ୟରେ ଆସିଲେ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପରିତ୍ୟକ୍ତ ରାଇସ୍ ମିଲ ମାଲିକଙ୍କ ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିନାହିଁ। ତଥାପି ଆବଶ୍ୟକ ଅନୁସନ୍ଧାନ କରାଯାଉଛି। ୧୩୩ ସିଆର୍ପିସି ଧାରା ଲଗାଇବା ପରେ ଆଉ ନୋଟିସ୍ କରିବାର କୌଣସି ଆବଶ୍ୟକତା ନାହିଁ। ଆଗାମୀ ଦିନରେ ଅଳସୁଆ ହାଟର ଉନ୍ନତୀକରଣ କରାଯିବ। ବ୍ୟବସାୟୀଙ୍କ ସୁବିଧା ପାଇଁ ଅଧିକ ପିଣ୍ଡି, ଭେଣ୍ଡିଂ ଜୋନ୍ ନିର୍ମାଣ ହେବ। ମୃତ ବ୍ୟବସାୟୀଙ୍କ ପରିବାର ସଦସ୍ୟ ଚାହିଁଲେ ସେମାନଙ୍କୁ ଭେଣ୍ଡିଂ ଜୋନ୍ ଘର ଦିଆଯିବ। କଟକରେ ଚିକିତ୍ସିତ ହେଉଥିବା ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଦୃଷ୍ଟି ରଖାଯାଇଥିବା
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

