Posted inରାଜ୍ୟ

ପାଟକୁରାରେ ବିଜେଡି: ୧୭,୯୨୦ ଖଣ୍ଡ ଭୋଟରେ ବିଜୟଙ୍କୁ ହରାଇଲେ ସାବିତ୍ରୀ, କଂଗ୍ରେସକୁ ଗଲା ମାତ୍ର ୨,୧୦୪ ଭୋଟ

କେନ୍ଦ୍ରାପଡ଼ା ଅଫିସ,୨୪।୭: ପାଟକୁରା ବିଧାନସଭା ଆସନଲାଗି ବୁଧବାର ଭୋଟ ଗଣତି ଶେଷ ହୋଇଛି। ଶେଷ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଛି। ଶେଷରେ ୧୭,୯୨୦ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛି ବିଜେଡି। ସାବିତ୍ରୀଙ୍କୁ ମୋଟ ୯୬,୦୧୭ ଖଣ୍ଡ ଭୋଟ ମିଳିଥିବା ବେଳେ ବିଜୟଙ୍କୁ ମିଳିଛି ୭୮,୦୯୭ ଖଣ୍ଡ ଭୋଟ। ହେଲେ ଉକ୍ତ ଆସନରେ ଅମାନତ ହରାଇଛି କଂଗ୍ରେସ। ଦଳୀୟ ପ୍ରାର୍ଥୀ ମାତ୍ର ଜୟନ୍ତ କୁମାର ମହାନ୍ତି ୨୧୦୪ ଖଣ୍ଡ ଭୋଟ ପାଇଛନ୍ତି।

ପ୍ରକାଶଯୋଗ୍ୟ, ବହୁ ବାଦ ବିବାଦ ପରେ ପାଟକୁରା ବିଧାନସଭା ଆସନଲାଗି ନିର୍ବାଚନ ଅନୁଷ୍ଠିତ ହୋଇଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି-ଭାଜପା ଉକ୍ତ ଆସନକୁ ସ୍ବାଭିମାନ ରୂପେ ନେଇ ପ୍ରଚାର କାର୍ଯ୍ୟ କରିଥିଲେ। ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ତଥା ଦଳର ପ୍ରମୁଖ ନେତା ପ୍ରଚାର ମଙ୍ଗ ଧରିଥିଲେ। ତେବେ ଭୋଟ ଗଣତିକୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସକାଳ ୮ଟାରୁ ଗଣନା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri