Posted inରାଜ୍ୟ

ପାଟକୁରାରେ ୭୩.୨% ମତଦାନ

ଭୁବନେଶ୍ୱର/କେନ୍ଦ୍ରାପଡ଼ା ଅଫିସ,୨୧ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଶନିବାର ମତଦାନ ଶେଷ ହୋଇଛି। ୨,୪୪,୭୪୭ ଭୋଟରଙ୍କ ମଧ୍ୟରୁ ୭୩.୨% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ, ଭାଜପାର ବିଜୟ ମହାପାତ୍ର ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କ ସମେତ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ବନ୍ଦ ହୋଇଯାଇଛି। ଇଭିଏମ୍‌ ଏବଂ ଭିଭିପିଏଟି ମେଶିନରେ ତ୍ରୁଟି ଯୋଗୁ ୭ ସ୍ଥାନରେ ବିଳମ୍ବରେ ଭୋଟଦାନ ହୋଇଥିଲା। ଡେରାବିଶ ବ୍ଲକର କୁଶିଆପାଳ, ପାଟକୁରା ଓ ଅନ୍ୟ କିଛି ବୁଥ୍‌ରେ ରାଜନୈତିକ ଅସନ୍ତୋଷକୁ ନେଇ ବଚସା ହୋଇଥିଲେ ମଧ୍ୟ ଶୃଙ୍ଖଳିତ ଭାବେ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାର କହିଛନ୍ତି। ପ୍ରକାଶ ଯେ, ଗତ ନିର୍ବାଚନରେ ଭୋଟ ହାର ୭୦% ଥିଲା। ମତଦାତାମାନେ କାହା ସପକ୍ଷରେ ରାୟ ଦେଇଛନ୍ତି ତାହା ୨୪ରେ ଭୋଟ ଗଣତି ପରେ ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri