ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ ଶାସିତ ମହାବିଦ୍ୟାଳୟ ପରିସରରେ ବୁଧବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୨୯୧୭ ଖଣ୍ଡ ଭୋଟରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ଆଗରେ ଅଛନ୍ତି। ବିଜେଡି ପ୍ରାର୍ଥୀ ଅଗ୍ରଓ୍ବାଲଙ୍କୁ ୬୭୩୫ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ମହାପାତ୍ରଙ୍କୁ ୩୮୦୮ ଖଣ୍ଡ ଭୋଟ ମିଳିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୨୨୭, କୃପା ପାର୍ଟି ପ୍ରାର୍ଥୀ ଶ୍ରୀକାନ୍ତ ସାମଲ ୧୬, ସମାଜବାଦୀ ପାର୍ଟି ପ୍ରାର୍ଥୀ ପ୍ରଦିପ କୁମାର ମିଶ୍ର ୩୧, ସ୍ବାଧୀନ ପ୍ରାର୍ଥୀ ସଞ୍ଜୟ କୁମାର ସ୍ବାଇଁ ୭, ସ୍ବାଧୀନ ପ୍ରାର୍ଥୀ ରତିକାନ୍ତ କାନୁନ୍‌ଗୋ ୨୨, ସ୍ବାଧୀନ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ବେହେରା ୧୦, ସ୍ବାଧୀନ ପ୍ରାର୍ଥୀ ପରମାନନ୍ଦ ମହାରଣା ୧୧ ଏବଂ ସ୍ବାଧୀନ ପ୍ରାର୍ଥୀ ଦିବ୍ୟସିଂହ ଦାସ ୩ ଖଣ୍ଡ ଭୋଟ ପାଇଛନ୍ତି।
ସୂଚନାଯୋଗ୍ୟ, ଏହି ନିର୍ବାଚନ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁ ଓ ସାମୁଦ୍ରୀକ ଝଡ଼ ‘ଫନୀ’ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ୨ଟି ତାରିଖ ଘୋଷଣା ହୋଇଥିଲେ ମଧ୍ୟ ନିର୍ବାଚନ ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri