ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ଆରମ୍ଭ: ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୪୪ ହଜାର ୭୪୭ ମତଦାତା

ଡେରାବିଶ, ୨୦।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାମିଶ ବ୍ଲକର ୨୬ଟି ପଞ୍ଚାୟତ, ଗରଦପୁର୧୮ ଓ ମାର୍ଶାଘାଇ ବ୍ଲକ ଅଧୀନରେ ଥିବା ୭ ପଞ୍ଚାୟତକୁ ମିଶାଇ ସମୁଦାୟ ୫୧ଟି ପଞ୍ଚାୟତରେ ୩୦୯ଟି ବୁଥ୍‌ରେ ୨ ଲକ୍ଷ୨୨ ହଜାର ୭୪୭ ମତଦାତା ମତଦାନ କରିବେ। ଶନିବାର ମତଦାନ କରିବା ପାଇଁ ସକାଳ ୭ଟାରୁ ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ାହୋଇଛନ୍ତି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସମୁଦାୟ ୬୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri