ପାଟକୁରା ସ୍ବାଭିମାନର ପ୍ରଶ୍ନ, ଏଠାରେ ଟେବୁଲ ତଳ କାରବାର ଚଳିବ ନାହିଁ: ଦାମ

ଭୁବନେଶ୍ୱର,୭।୭(ବ୍ୟୁରୋ): ଆସନ୍ତା ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ରାଜନୈତିକ ବାକ୍‌ ବିତଣ୍ଡା ଆରମ୍ଭ ହୋଇସାରିଛି। କଂଗ୍ରେସ ଭାଜପା ଓ ବିଜେଡିକୁ କଟାକ୍ଷ କରୁଥିବା ବେଳେ ଭାଜପା ନେତାମାନେ ବିଜେଡିକୁ ସମାଲୋଚନା କରିବାକୁ ପଛାଉନାହାନ୍ତି। ଏହି କ୍ରମରେ ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ପାଟକୁରାରେ ସ୍ବାଭିମାନର ପ୍ରଶ୍ନ ରହିଥିବା କହିଛନ୍ତି। ଏଥିରେ ଆଞ୍ଚ ଆସିଲେ ସ୍ବାଭିମାନ ଜଳିବ। ଲୋକେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୁହେଁ, ଅଫିସରଙ୍କୁ ଭୋଟ ଦେଉଛନ୍ତି। ବିଜୟଙ୍କୁ ବିଧାନସଭାରେ ପୂରାଇ ନ ଦେବାକୁ ନବୀନ ପଣ କରିଛନ୍ତି। ଅଧ ଡଜନ ମନ୍ତ୍ରୀ ଓ ନେତାଙ୍କୁ ପାଟକୁରାରେ ପ୍ରଚାର କରିବା ଲାଗି ପଠାଇଛନ୍ତି। ହେଲେ ପାଟକୁରାବାସୀ ସଚେନତଶୀଳ। ଏଠାରେ ଟେବୁଲ ତଳ କାରବାର ହେବନାହିଁ। ୧୯୮୦ରେ ବିଜୁ ବାବୁ ବିଜୟଙ୍କୁ ପ୍ରାର୍ଥୀ କରାଇଥିଲେ। ସେହି ସମୟରେ ସେ କହିଥିଲେ, ମୁଁ ବଡ଼ ବିଜୁ, ବିଜୟ ସାନ ବିଜୁ। ସାନ ନଦୀର ସୁଅ ଭାରି ଟାଣ। ମାତ୍ର ନବୀନଙ୍କ କ୍ରୁରତା ଯୋଗୁ ସେ ବିଜୟଙ୍କୁ ୨୦ ବର୍ଷ ହେଲା ବିଧାନସଭାରୁ ଦୂରେଇ ରଖିଛନ୍ତି ବୋଲି ଦାମ କହିଛନ୍ତି।
ପ୍ରକାଶଯୋଗ୍ୟ, ଦାମଙ୍କ ପୂର୍ବରୁ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଓ ପାଟକୁରାରୁ ଭାଜପା ପ୍ରାର୍ଥୀ ତଥା ଦଳୀୟ ନେତା ବିଜୟ ମହାପାତ୍ରଙ୍କ ମଧ୍ୟରେ କଥା କଟାକଟି ହୋଇଛି। ତାରା ଉଭୟ ଦଳ ମଧ୍ୟରେ ମ୍ୟାଚ୍‌ ଫିକ୍ସିଂ ହୋଇଥିବା କହି କଟାକ୍ଷ କରିଥିବା ବେଳେ ପାଟକୁରାରେ ସ୍ବାଭିମାନର ଲଢ଼େଇ ହେଉଛି ବୋଲି ବିଜୟ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri