ପାଟଣାଗଡ଼ ବିଧାୟକଙ୍କ ଗିରଫ ଦାବିକଲା ଇଞ୍ଜିନିୟର ସଂଘ

ଛତ୍ରପୁର,୧୧ା୬(ଡି.ଏନ.ଏ)-ବଲାଙ୍ଗୀର ଜିଲା ପାଟଣାଗଡ ବିଧାୟକ ସରୋଜ ମେହେରଙ୍କୁ ତୁରନ୍ତ ଗିରଫ କରିବାକୁ ଓଡିଶା ଡିପ୍ଲୋମା ଇଞ୍ଜିନିୟର ସେବା ସଂଘ ଗଞ୍ଜାମ ଡିଭିଜନାଲ କମିଟି ପକ୍ଷରୁ ଦାବି ହୋଇଛି। ଏ ନେଇ ସୋମବାର ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଛତ୍ରପୁରଠାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରାଯାଇଛି। ପ୍ରକାଶ ଯେ, ସଂଘ ସଦସ୍ୟ ଇଂ. ଜୟକାନ୍ତ ଶବରଙ୍କୁ ରାସ୍ତା ମଝିରେ ସର୍ବ ସମ୍ମୁଖରେ ବିଧାୟକ ମେହେର କାନଧରି ଶହେ ଥର ବସ୍‌ଉଠ କରାଇବା ସହ ଜାତିଆଣ ଆକ୍ଷେପ କରି ଗାଳିଦେବା ଓ ଘଟଣାସ୍ଥଳରେ ଉପସ୍ଥିତ ଥିବା ନିର୍ବାହୀଯନ୍ତ୍ରୀଙ୍କୁୂ ଯନ୍ତ୍ରୀ ଶବରଙ୍କୁ ଚାପୁଡା ମାରିବାକୁ ନିର୍ଦ୍ଦେଶ ଦେବା ଭଳି କାର୍ଯ୍ୟ କରି ଆଇନ୍‌କୁ ହାତକୁ ନେଇଛନ୍ତି। ଗଞ୍ଜାମ ଶାଖା ଇଞ୍ଜିନିୟର ସଂଘ ଏହାର ଦୃଢ ନିନ୍ଦା କରିଛି। ଆଇନ୍‌ ଅନୁଯାୟୀ ପଦକ୍ଷେପ ନେଇ ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ସଂଘ ଦାବି କରିଛି। ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣରେ ବିଳମ୍ବ କଲେ ସାରା ରାଜ୍ୟରେ ସଂଘ ବାଧ୍ୟ ହୋଇ ବିକଳ୍ପ ପନ୍ଥା ଗ୍ରହଣ କରିବ ଓ ଏଥିପାଇଁ ସରକାର ଦାୟୀ ରହିବେ ବୋଲି ସତର୍କ କରିଦିଆଯାଇଛି। ସ୍ମାରକପତ୍ର ପ୍ରଦାନ ବେଳେ ସଂଘର ଦକ୍ଷିଣାଞ୍ଚଳ ମହାମଣ୍ଡଳ ସଂପାଦକ ବନ ବିହାରୀ ପଣ୍ଡା, ଜିଲା ସଂଘର ସଭାପତି ଇଂ ସୁବାସ ଚନ୍ଦ୍ର ପାତ୍ର, ଉପସଭାପତି ଇଂ ଭଗବାନ ରଥ, ସାଧାରଣ ସମ୍ପାଦକ ଇଂ ସୁଦର୍ଶନ ଶତପଥୀ, ପରାମର୍ଶଦାତା ବିଜୟ କୁମାର ପଣ୍ଡା, ଅଡିଟର ଇଂ ଶଶାଙ୍କ ଶେଖର ପାଢୀ, ଇଂ ବିନ୍ଦୁ ସାଗର ପଣ୍ଡା, ବାବୁ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri