ପାଟଣା ସବଷ୍ଟେଶନ ଦେଖିଲେ ବିଧାୟକ

ପାଟଣା,୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସବଷ୍ଟେଶନକୁ ଘଟଗାଁ ବ୍ଲକ ଟିକିରା ଗ୍ରୀଡରୁ ବିଦ୍ୟୁତ ସଂଯୋଗରେ ବିଳମ୍ବ ହେଉଥିବାରୁ ଏନେଇ ପାଟଣା ଅଞ୍ଚଳରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏଣେ ସାମାନ୍ୟ ବର୍ଷା ପବନରେ ଅଞ୍ଚଳରେ ୨୪ରୁ ୪୮ ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ ସରବରାହ ବ୍ୟାଘାତ ହେଉଛି।ଏନେଇ ଆନ୍ଦୋଳନ ପାଇଁ ଦାନା ବାନ୍ଧୁଛି। ଏହି ପରୀପ୍ରେକ୍ଷୀରେ ଶନିବାର ପାଟଣା ବ୍ଲକ ଏରଣ୍ଡେଇ ପଞ୍ଚାୟତ ମୂଷାଖରୀ ସ୍ଥିତ ସବଷ୍ଟେଶନ କାର୍ଯ୍ୟାଳୟରେ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବା ସହ ବିଧାୟକ ଅଧିକାରୀ ମାନଙ୍କୁ ଧରି ବିଦ୍ୟୁତ ଖୁଣ୍ଟ ପୋତିବାରେ ଅସୁବିଧା ହେଉଥିବା ଭାଲୁଘର ଓ କାପାସପଡା ଅଞ୍ଚଳ ବୁଲି ଦେଖିଥିଲେ।ଏହି କାର୍ଯ୍ୟକ୍ରମରେ ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, କେନ୍ଦୁଝର ବିଦ୍ୟୁତ ଅଧୀକ୍ଷଣ ଯନ୍ତ୍ରୀ ନାରାୟଣ ଦାଶ, ନିର୍ବାହୀ ଯନ୍ତ୍ରୀ ବିରଞ୍ଚି ନାରାୟଣ ସାହୁ, ସହକାରୀ ଯନ୍ତ୍ରୀ କାର୍ତ୍ତିକ ଚନ୍ଦ୍ର ସାହୁ, ଯନ୍ତ୍ରୀ ପଦ୍ମକେଶରୀ ଜେନା ପ୍ରମୁଖ ଯୋଗ ଦେଇଥିଲେ। ଜୁନ ୩୦ ତାରିଖ ସୁଦ୍ଧା ବିଦ୍ୟୁତ ଖୁଣ୍ଟ ପୋତା ସରିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri