ପାଟଣା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ

ପାଟଣା,୨୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଶ୍ରୀକୃଷ୍ଣଙ୍କ ବେଶରେ ସୁସଜ୍ଜିତ ହୋଇ ଥିଲେ। ଅତିଥିମାନେ ଶ୍ରୀକୃଷ୍ଣଙ୍କ ଜନ୍ମ ବୃତାନ୍ତ ଉପରେ ପର୍ଯ୍ୟବେସିତ ତଥ୍ୟ ଓ ପୁରାଣରୁ ଛାତ୍ରୀଛାତ୍ର ପ୍ରେରଣା ଗ୍ରହଣ କରିବାକୁ ଉଦ୍‌ବୋଧନ ଦେଇଥିଲେ। ଆୟୋଜିତ ସଭାରେ ସହକାରୀ ପ୍ରଧାନଆଚାର୍ଯ୍ୟ ଗଣେଶ୍ୱର କରଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ପ୍ରଧାନ ଆଚାର୍ଯ୍ୟ ସତ୍ୟଜିତ ପ୍ରଧାନ ଓ ମୁଖ୍ୟବକ୍ତା ଭାବେ ଖବରଦାତା ବୀରକିଶୋର ଦାଶ ଯୋଗଦେଇ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ଦ୍ୱାରା କୃଷ୍ଣବେଶ ଓ ଭକ୍ତି ସମ୍ବଳିତ ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ଗୁରୁମା ଶୋଭାଶ୍ରୀ ଷଡ଼ଙ୍ଗୀ, ଭାରତୀ ମହାନ୍ତ, ସସ୍ମିତା ଦାଶ ପ୍ରମୁଖ ସଂଯୋଜନା କରିଥିଲେ। ସେହିପରି ତୁରୁମୁଙ୍ଗାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ କୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri